Categories: ଜାତୀୟ

ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ୩୦ ହଜାର ଲୋକଙ୍କ ସହ ମିଶି କଲେ ଯୋଗ

ରାଞ୍ଚି, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ପ୍ରାୟ ୩୦ ହଜାର ଲୋକ ସହ ମିଶି ମୋଦି ଯୋଗ କରିଛନ୍ତି। ଯୋଗ ଆମ ସଂସ୍କୃତିର ଏକ ଅଙ୍ଗ। ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ। ହୃଦରୋଗ, ରକ୍ତଚାପ ଓ ମଧୁମେହ ପାଇଁ ଯୋଗ କରିବା ଜରୁରୀ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ଥିଲେ।

Share