ରତ୍ନଭଣ୍ଡାର ଗହଣାର ଅଡିଟ ଦାବି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ସମସ୍ତ ଅଳଙ୍କାରର ଅଡିଟ୍‌ ପାଇଁ ଦାବି ହୋଇଛି। ଏ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ମହାପ୍ରଭୁଙ୍କ ସମସ୍ତ ଅଳଙ୍କାରର ସଠିକ ଅଡିଟ ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ୧୯୭୮ରେ ପ୍ରସ୍ତୁତ ତାଲିକା ଅନୁସାରେ ଅଳଙ୍କାର ମେଳ କରାଯିବାକୁ ମଧ୍ୟ ସେ ଦାବି କରିଛନ୍ତି।