Categories: ଜାତୀୟ

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୩।୬: ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଯଥା ରୀତିନୀତି ଅନୁଯାୟୀ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ ଯୋଗେ କହିଛନ୍ତି, ଭଗବାନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଆପଣ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା। ଶ୍ରଦ୍ଧା ଏବଂ ଭକ୍ତିରେ ପରିପୂର୍ଣ୍ଣ ଏହି ଯାତ୍ରା ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଏବଂ ଆରୋଗ୍ୟ ନେଇ ଆସୁ ମୋର ଏତିକି କାମନା। ଜୟ ଜଗନ୍ନାଥ। ସେହିପରି ଉପରାଷ୍ଟ୍ରପତି ମଧ୍ୟ ରଥଯାତ୍ରାର ଶୁଭେଚ୍ଛ ଜଣାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ମହାପ୍ରଭୁଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ଥାଉ ବୋଲି ସେ ଟୁଇଟ୍‌ ଯୋଗେ କହିଛନ୍ତି।

Share