ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜଗନ୍ନାଥ ସଂସ୍କୃତି ଜନ ଜାଗରଣ ମଞ୍ଚ ପକ୍ଷରୁ ସଭାପତି ପ୍ରଫେସର ଡ. ନିରଞ୍ଜନ ତ୍ରିପାଠୀ ଏବଂ ଅନ୍ୟମାନେ ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି ଯେ, ଅକ୍ଷୟତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୁଏ। ଏଥିଲାଗି ୨ମାସରୁ ଅଧିକ ସମୟ ଲାଗିଥାଏ। ବର୍ତ୍ତମାନଠାରୁ ରଥ ନିର୍ମାଣ ଆରମ୍ଭ ନ ହେଲେ, ଯାତ୍ରା ପୂର୍ବରୁ ସରିବା କଷ୍ଟକର। ରଥଯାତ୍ରା ହେବା ମଧ୍ୟ ସମ୍ଭବ ହୋଇପାରିବ ନାହିଁ। ୧୮୫୭ ମସିହା ସିପାହୀ ବିଦ୍ରୋହ ସମୟରେ ରଥଯାତ୍ରା ବନ୍ଦ ହୋଇ ନ ଥିଲା। ନ’ ଅଙ୍କ ଦୁର୍ଭିକ୍ଷରେ ମଧ୍ୟ ରଥଯାତ୍ରା ହୋଇଛି। ତେଣୁ ଏବେ କରୋନା ସମୟରେ କିଭଳି ରଥଯାତ୍ରା ସୁରୁଖୁରୁରେ ହୋଇପାରିବ, ସେନେଇ ଆବେଦନକାରୀଙ୍କ ପକ୍ଷରୁ କେତେକ ପ୍ରସ୍ତାବ ଦିଆଯାଇଛି। ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ତା’ ପୂର୍ବରୁ କରୋନା ସଂକ୍ରମଣ କମି ନ ଥିଲେ ଦଇତାପତି, ସେବାୟତ ଓ ପୋଲିସ କର୍ମଚାରୀଙ୍କୁ ନେଇ ରଥଯାତ୍ରା ହୋଇପାରିବ। ସେମାନଙ୍କର କରୋନା ପରୀକ୍ଷା କରାଯାଇପାରିବ। ଏଥିରେ ଭକ୍ତ ଭାଗ ନେବେ ନାହିଁ। କିନ୍ତୁ ଟିଭି, ସୋସିଆଲ ମିଡିଆ ଆଦିରୁ ରଥଯାତ୍ରା ଦେଖିପାରିବେ ବୋଲି ଆବେଦନକାରୀ ନିଜ ଆବେଦନରେ ଉଲ୍ଲେଖ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଏହି ମାମଲାରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ରାଜ୍ୟ ମୁଖ୍ୟ ଶାସନ ସଚିବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ ପ୍ରଶାସକ, ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ପୁରୀ ଜିଲାପାଳ ଏବଂ ଏସ୍‌ପିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରାଗଡ ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri