ରାଜସ୍ବ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ଭଣ୍ଡାରିପୋଖରୀ,୬।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲର ଅତିରିକ୍ତ ତହସିଲଦାର ଶରତ କୁମାର ସ୍ବାଇଁ ଏବଂ ଆର୍‌ଆଇ ରାମନାରାୟଣ ସାମଲଙ୍କୁ ବାଲିମାଫିଆମାନେ ମଞ୍ଜୁରୀରୋଡ୍‌ସ୍ଥିତ ରାଜସ୍ବ କାର୍ଯ୍ୟାଳୟରେ ପଶି ଗତ ସୋମବାର ମରଣାନ୍ତକ ଆକ୍ରମଣ କରିଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିଲା। ତେବେ ମଙ୍ଗଳବାର ଏଥିରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ବୁଧବାର ଦୁଇଜଣ ଏବଂ ଗୁରୁବାର ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଖପୁରିଆପଦା ଗ୍ରାମର ଦଶରଥ ଦଳେଇ।