ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ  ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି। ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ଟଙ୍କା ରଖାଯାଇଛି। ବଜ୍ରପାତ ଜନିତ ମୃତ୍ୟୁ ପ୍ରବାସୀ ଓଡ଼ିଆଙ୍କୁ କ୍ଷତିପୂରଣ ପାଇଁ ବିଚାର ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

ସେହିପରି ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ତାଳଗଛ ଲଗାଇବାରେ ସମସ୍ତ ବିଧାୟକ ସଚେତନତା ସହ ସହଯୋଗ କରନ୍ତୁ ବୋଲି ମନ୍ତ୍ରୀ ଆଜି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶ ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ମାତ୍ର ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ। ୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗବେଷଣା କହୁଛି, ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ ସୁପରିବାହୀ। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ...

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ...

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’...

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri