Advertisement

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା କ୍ଷୟକ୍ଷତି ଆକଳନ

ଭବାନୀପାଟଣା,୧୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାରେ ଗତ ୭ ଓ ୮ ତାରିଖ ଲଘୁଚାପ ଜନିତ ବର୍ଷାରେ ଜିଲାର ଲାଞ୍ଜିଗଡ଼, ଥୁଆମୂଳ ରାମପୁର ଓ କର୍ଲାମୁଣ୍ଡା ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବନ୍ୟା କ୍ଷୟକ୍ଷତି ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ନର୍ଲା ବିଧାୟକ ଭୂପିନ୍ଦର ସିଂ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିସାରୀ, ଧର୍ମଗଡ଼ ବିଧାୟକ ମୌଷୁଧୀ ବାଗ, ରାଜସ୍ବ ବିଭାଗ ଅତିରିକ୍ତ ସଚିବ ପ୍ରଭାବ ମହାପାତ୍ର, ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share