Categories: ଜାତୀୟ

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୬।୫: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ଉପରକୁ ମୋର୍ଟାର ସେଲିଂ ମାଡ଼ ହୋଇଛି। ଏଥିରେ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଭାରତୀୟ ସେନାଙ୍କ ପକ୍ଷରୁ ଏହାର ଜବାବରେ ପାଲଟା ଗୁଳିଗୋଳା ବର୍ଷଣ କରାଯାଇଥିବା ସୁରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆତଙ୍କବାଦୀ ଜାକିର ମୂଷା ନିହତ ହେବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଯାଞ୍ଚ୍‌ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପାକିସ୍ତାନ ଏଭଳି ମୋର୍ଟାଲ ସେଲିଂ ମାଡ଼ କରି ଭାରତୀୟ ସେନାଙ୍କ ଦୃଷ୍ଟି ହଟାଇ ଏହା ଆଳରେ ଆତଙ୍କବାଦୀଙ୍କୁ ଭାରତରେ ପ୍ରବେଶ କରିବାର ଯୋଜନା କରୁଥିବା ସନ୍ଦେହ କରାଯାଉଛି।

Share