Categories: ଜାତୀୟ

ରାଜ୍ୟପାଳଙ୍କୁ ଭେଟିଲେ ଉଦ୍ଧବ: ଗୁରୁବାର ଶିବାଜୀ ପାର୍କରେ ଶପଥ ଗ୍ରହଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ସଙ୍କଟର ଅନ୍ତ ଘଟିଛି। ରାଜ୍ୟରେ ସରକାର ଗଠନ ପାଇଁ ଶିବସେନା-ଏନ୍‌ସିପି-କଂଗ୍ରେସ ଅଣ୍ଟା ଭିଡ଼ିଛନ୍ତି। ବୁଧବାର ମେଣ୍ଟର ନେତା ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ରାଜଭବନରେ ଭେଟିଛନ୍ତି। ଦୁହିଁଙ୍କ ମଧ୍ୟରେ ୪୫ ମିନିଟ୍‌ ଧରି ଆଲୋଚନା ହୋଇଛି। ଉଦ୍ଧବ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି କୁହାଯାଉଛି।

Share