ଭୁବନେଶ୍ୱର,୧୩ା୪(ବ୍ୟୁରୋ) : ରାଜ୍ୟବାସୀଙ୍କ ପାଇଁ ଏକ ପୁଣି ଏକ ଖୁସି ଖବର ଆସିଛି। କଳାହାଣ୍ଡିରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଏବେ ସୁସ୍ଥ ହୋଇଛନ୍ତି। ଏନେଇ ରବିବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଜରିଆରେ ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି, ଏହି ଆକ୍ରାନ୍ତଙ୍କ ରକ୍ତ ନମୁନା ପରୀକ୍ଷା ପରେ ନେଗେଟିଭ୍ ଆସିଛି। ସେ ଚିକିତ୍ସା ପାଇଁ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ମଧ୍ୟ ଦିଆଯାଇଛି।
ରାଜ୍ୟରେ ବର୍ତ୍ତମାନ କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ପ୍ରଥମେ ଦୁଇଜଣ, ପରେ ୧୦ ଜଣ ଏବଂ ରବିବାର ଆଉ ଜଣେ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି।