ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୧ ହଜାର ୧୨୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ୧୬୩ଟି ପଜିଟିଭ୍ ବାହାରିଛି। ୬୦ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୧୦୨ ଜଣ ଚିକିତ୍ସାଧୀନ ଅଛନ୍ତି।