ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ସୁସ୍ଥ ହେଲେ ଭୁବନେଶ୍ୱରର ୩ ଆକ୍ରାନ୍ତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତ ଆକ୍ରାନ୍ତ ରାଜଧାନୀର। ସେହିଭଳି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ପଜିଟିଭ୍‌ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ଏଯାବତ ୮୬୧୯ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ୨୪ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି। କେବଳ ଭୁବନେଶ୍ୱରରେ ୨୯ ସକ୍ରିୟ କରୋନା ପଜିଟିଭ୍‌ ରହିଥିବା ବେଳେ ୧୭ଜଣ ସୁସ୍ଥ ହୋଇଛନ୍ତି।

Share