Categories: ଜାତୀୟ

ରାଜ୍ୟରେ ସୁସ୍ଥ ହେଲେ ୩୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୮୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୫୭ ଜଣ। ଖୋର୍ଦ୍ଧାରୁ ୫୩, ଅନୁଗୋଳରୁ ୨୭, ବଲାଙ୍ଗୀରରୁ ୨୩, ମୟୂରଭଞ୍ଜରୁ ୨୩, କଟକରୁ ୧୮, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୬, ଜଗତସିଂହପୁରରୁ ୧୫, କେନ୍ଦୁଝରରୁ ୧୫, ପୁରୀରୁ ୧୩, ଯାଜପୁରରୁ ୧୨, ବରଗଡରୁ ୧୧, କୋରାପୁଟରୁ ୧୦, ଭଦ୍ରକରୁ ୯, ଗଞ୍ଜାମରୁ ୯, ସମ୍ବଲପୁରରୁ ୮ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୭, କେନ୍ଦ୍ରାପଡାରୁ ୭, ଢେଙ୍କାନାଳରୁ ୬, ଝାରସୁଗୁଡାରୁ ୪, ନୟାଗଡରୁ ୪, ବୌଦ୍ଧରୁ ୩, ଦେବଗଡରୁ ୨, ଗଜପତିରୁ ୨, ରାୟଗଡାରୁ ୧ , କନ୍ଧମାଳରୁ, ୧, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧, ସୋନପୁରରୁ ୧, ଷ୍ଟେଟପୁଲରୁ ୮ କୋଭିଡ-୧୯ରୁ ମୁକ୍ତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share