CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ ୨୨, କେନ୍ଦ୍ରାପଡ଼ାରୁ ୧୫, ଜଗତସିଂହପୁରରୁ ୧୦, ମାଲକାନଗିରିରୁ ୯, ବଲାଙ୍ଗୀରରୁ ୮, ଭଦ୍ରକରୁ ୮, ଗଜପତିରୁ ୬, କୋରାପୁଟରୁ ୬, ବାଲେଶ୍ୱରରୁ ୫, ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୪, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯୬ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୧ ଜଣ ଚିକତ୍ସାଧୀନ ଅଛନ୍ତି। ୫୫୦ ସୁସ୍ଥ ହୋଇଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି।

Share