ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୧।୫ : ସନ୍ତ୍ରାସବାଦ ନିରୋଧୀ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ମଙ୍ଗଳବାର ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ ହୋଇଯାଇଛି। ଏ ନେଇ ପୂର୍ବାହ୍ନ ୧୧ଟାରେ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଦେଶର ଅହିିଂସା ଓ ସହନଶୀଳତା ପରମ୍ପରା ଉପରେ ଦୃଢ ବିଶ୍ୱାସ ରଖି ସମସ୍ତ ଶକ୍ତି ସହିତ ଆତଙ୍କବାଦ ଓ ହିିଂସାର ବିରୋଧ କରିବା ସହ ମାନବଜୀବନ ଓ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ସହ ସଂଗ୍ରାମ କରିବାକୁ ଶପଥ ନେଇଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଉପସ୍ଥିତ ରହି ସମସ୍ତ କର୍ମଚାରୀଙ୍କୁ ଶପଥ ପାଠ କରାଇଛନ୍ତି। ଏଥିରେ ସମସ୍ତ ଏ.ଆଇ.ଜି. ସଂସ୍ଥା ଅଧିକାରୀ, ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଶପଥ ପାଠ କରିଛନ୍ତି।

Share