ରାଜ୍ୟ ସରକାରଙ୍କ କ୍ଲିୟରାନ୍ସ ବିନା ଆସିପାରିବ ନାହିଁ କୌଣସି ଟ୍ରେନ୍‌

ଭୁବନେଶ୍ୱର,୧।୫(ବ୍ୟୁରୋ): କେରଳରୁ ଶୁକ୍ରବାର ଓ ଗୁଜୁରାଟରୁ କିଛି ଦିନ ପରେ ଓଡ଼ିଶାକୁ ଟ୍ରେନ୍‌ ଆସିବ। ହେଲେ ରାଜ୍ୟ ସରକାରଙ୍କ କ୍ଲିୟରାନ୍ସ ବିନା ଅନ୍ୟ ରାଜ୍ୟରୁ କୌଣସି ଟ୍ରେନ୍‌ ଆସିପାରିବ ନାହିଁ। ରାଜ୍ୟର କିଛି ନିର୍ଦ୍ଦିଷ୍ଟ ଷ୍ଟେଶନରେ ଆଗନ୍ତୁକଙ୍କୁ ଗ୍ରହଣ କରାଯିବ। ସରକାରୀ ଖର୍ଚ୍ଚରେ ସେମାନଙ୍କୁ ନିଜ ଗାଁ କ୍ୱାରାଣ୍ଟାଇନରେ ପହାଞ୍ଚାଯିବ। ସହରାଞ୍ଚଳରେ କ୍ୱାରାଣ୍ଟାଇନ ଅଧିକାରୀ ହୋମ୍‌ କ୍ୱାରାଣ୍ଟାଇନ କରିପାରିବେ। ସ୍ବାସ୍ଥ୍ୟ ଅଧିକାରୀ ଯାଞ୍ଚକରି ସେମାନଙ୍କୁ କ୍ୱାରାଣ୍ଟିନ୍‌ କରାଇବେ। ଯଦି ସ୍ବାସ୍ଥ୍ୟାବସ୍ଥା ଭଲ ଥିବ, ସେମାନେ ହୋମ୍‌ କ୍ୱାରାଣ୍ଟାଇନରେ ରହିପାରିବେ। ସହରାଞ୍ଚଳ ପେଡ୍‌ କ୍ୱାରାଣ୍ଟାଇନରେ ମଧ୍ୟ ଲୋକେ ରହିପାରିବେ। ଏ ନେଇ କିଛି ନିର୍ଦ୍ଦିଷ୍ଟ ଲଜ୍‌, ହୋଟେଲରେ ପେଡ୍‌ କ୍ୱାରାଣ୍ଟାଇନ ବ୍ୟବସ୍ଥା ହୋଇଛି। ଗ୍ରାମାଞ୍ଚଳ ଆଗନ୍ତୁକଙ୍କୁ ସରକାରୀ କ୍ୱାରାଣ୍ଟାଇନରେ ରଖାଯିବ। ଗ୍ରାମାଞ୍ଚଳ ପ୍ରସୂତି, ଶିଶୁ, ଦିବ୍ୟାଙ୍ଗଙ୍କୁ ହୋମ୍‌ କ୍ୱାରାଣ୍ଟାଇନ ଅନୁମତି ମିଳିପାରିବ। ହୋମ୍‌ କ୍ୱାରାଣ୍ଟାଇନରେ ଘର ସାମ୍ନାରେ ଷ୍ଟିକର ଲଗାଯିବ। ଏ ନେଇ ଶୁକ୍ରବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି। ଆଗନ୍ତୁକଙ୍କୁ କ୍ୱାରାଣ୍ଟାଇନ କଡ଼ାକଡ଼ି ପାଳନ କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା...

ମହିଳାଙ୍କ ଅଶ୍ଳୀଳ ଭିଡିଓ, ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୨ା୧୨(ସତ୍ୟଜିତ୍‌ ରାଉତ): ସମ୍ପର୍କରେ ବିଷ ଦେଲେ ଯୁବକ। ମହିଳାଙ୍କ ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ କରିବାର ଧମକ ଦେବା ସହ ବ୍ଲାକମେଲ୍‌ କରି ନେଇଗଲେ...

ଆଜି ଶିମିଳିପାଳ ବନ୍ଦ

ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍‌...

ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍‌ ନେଶନ ୱାନ୍‌ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍‌କୁ ଦଳ...

ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ...

ଭାରତରେ ଜଙ୍ଗଲ ୨୫.୧୭%କୁ ବୃଦ୍ଧି, ପ୍ରଥମ ତିନି ରାଜ୍ୟରେ ଓଡ଼ିଶା

ନୂଆଦିଲ୍ଲୀ,୨୧ା୧୨: ଭାରତରେ ମୋଟ ଜଙ୍ଗଲ ଏବଂ ବୃକ୍ଷଲତା ଥିବା ଜମି ପରିମାଣ ୨୦୨୩ରେ ମୋଟ ଭୌଗୋଳିକ ଅଞ୍ଚଳର ୨୫.୧୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୨୧ ପରେ...

ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍‌ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର...

ଗାଁରେ ପହଞ୍ଚିଲା ଓଡ଼ିଆ ଶହୀଦ ଯବାନଙ୍କ ମୃତଦେହ

କୋରାପୁଟ,୨୧।୧୨(ଅମିତାଭ ବେହେରା): ଓଡ଼ିଆ ଶହୀଦ ଯବାନ ଈଶ୍ୱରଙ୍କ ମରଶରୀର ଶନିବାର ନିଜ ଜନ୍ମମାଟିରେ ପହଞ୍ଚିଛି। ମରଶରୀର ଗାଁରେ ପହଞ୍ଚିବା ପରେ ଶହୀଦ ଯବାନ ଅମର ରହେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri