ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଗିରଫ, ସରକାରୀ ସହାୟତା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ ଏବେ ରାଜ୍ୟକୁ ଫେରୁଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭାବେ ବସ୍‌ ଏବଂ ଟ୍ରେନ୍‌ର ବ୍ୟବସ୍ଥା କରାଯାଉଛି। ଏସବୁ ସତ୍ତ୍ୱେ କିଛି ବିଶୃଙ୍ଖଳିତ ଆଚରଣ କରୁଥିବା ନଜରକୁ ଆସୁଛି। ଏହାକୁ ନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ରବିବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବାହାରୁ ଆସୁଥିବା ପ୍ରବାସୀ ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଏପରିକି ତାଙ୍କ କ୍ୱାରାଣ୍ଟାଇନ୍‌ ସ୍ଥାନ ପରିବର୍ତ୍ତନ, ଅବଧି ବଢ଼ାଯିବା ଯିବା ଗିରଫ ମଧ୍ୟ କରାଯିବ ବୋଲି ସେ କହିଛନ୍ତି।

ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ରାଜଧାନୀ, ଜିଲା ପ୍ରଶାସନ, ବ୍ଲକ, ପଞ୍ଚାୟତସ୍ତରରେ କର୍ମଚାରୀମାନେ ସ୍ବାସ୍ଥ୍ୟକୁ ଭ୍ରୁକ୍ଷେପ ନ କରି କାମ କରୁଛନ୍ତି। ବର୍ତ୍ତମାନ ସମୟରେ ସମସ୍ତଙ୍କ ସ୍ବାସ୍ଥ୍ୟର ନିରାପତ୍ତା ବ୍ୟବସ୍ଥାକୁ ଅଗ୍ରାଧିକାର ଦିଆଯାଇଛି। ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ବାହାରେ ଥିବା ଓଡ଼ିଆ ଭଉଣୀଭାଇମାନେ କିଭଳି ଆସିବେ ସେଥିପାଇଁ ଆଲୋଚନା କରାଯାଇଛି। ଏହାକୁ ନେଇ ପ୍ରଶାସନ ତରଫରୁ ମଧ୍ୟ ଏସ୍‌ଓପି ଜାରି କରାଯାଇଛି। ପଞ୍ଚାୟତସ୍ତରରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡ଼ିକରେ ଅନେକ ପ୍ରସ୍ତୁତି କରାଯାଇଛି। ଏହାଫଳରେ ଲୋକମାନେ ଫେରିପାରିବାର ସୁବ୍ୟବସ୍ଥିତ ବନ୍ଦୋବସ୍ତ ମଧ୍ୟ କରାଯାଇପାରିଛି।

ରବିବାର ଏହି କ୍ରମରେ କେରଳରୁ ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିଛି। ଏଥିରେ ଏକ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଆସିଛନ୍ତି। ରେଳ ଅଧିକାରୀ, ଜିଲା ପ୍ରଶାସନ, ପୋଲିସ ଏବଂ ସ୍ବାସ୍ଥ୍ୟ କର୍ମୀଙ୍କ ସହାୟତାରେ ସମସ୍ତଙ୍କୁ ସେମାନଙ୍କ ପଞ୍ଚାୟତରେ ପହଞ୍ଚାଯାଇସାରିଛି। ଯେବେଠାରୁ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ପ୍ରବେଶ କଟକଣା ହଟାଯାଇଛି, ସେବେଠାରୁ ଅନେକ ଗାଡ଼ିରେ ଲୋକେ ଆସିବା ଆରମ୍ଭ କରିଛନ୍ତି। ସେମାନଙ୍କୁ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ କରାଯାଉଛି। ଏସବୁ ଓଡ଼ିଶାର ଜନସାଧାରଣଙ୍କ ସ୍ବାସ୍ଥ୍ୟ ପାଇଁ କରାଯାଉଛି। ଏଥିରେ ବିଶୃଙ୍ଖଳା ହେଉ ଚାହୁଁନାହୁଁ।

କିଛି ଲୋକ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ନିୟମକୁ ଉଲ୍ଲଂଘନ କରୁଥିବା ନଜର ଆସୁଛି। ସେମାନେ ନିଜ ସହ ପରିବାର ଏବଂ ସମାଜର ସ୍ବାସ୍ଥ୍ୟକୁ ବିପଦରେ ପକାଉଛନ୍ତି। ରାଜ୍ୟ ସରକାର ଏହାକୁ ବରଦାସ୍ତ କରିବେ ନାହିଁ। ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ଯେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଉକ୍ତ ଜିଲାରୁ ବାହାର କରି ଦୂର ଜିଲାରେ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏଥିସହ ତାଙ୍କର କ୍ୱାରାଣ୍ଟାଇନ୍‌ ଅବଧି ବଢ଼ାଯିବ। ସରକାରଙ୍କ ପକ୍ଷରୁ ସହାୟତା ଦିଆଯିବ ନାହିଁ। ଗିରଫ ମଧ୍ୟ କରାଯିବ। ସରପଞ୍ଚ ତଥା ପ୍ରଶାସନର ଦାୟିତ୍ୱ ଏହାକୁ ପାଳନ କରିବେ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri