ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଆରମ୍ଭ ହେଲା ଆଦର୍ଶ ବିଦ୍ୟାଳୟ : ଶୈକ୍ଷିକ ବାତାବରଣ ଅଭାବ ଅଭିଯୋଗ

ଖଣ୍ଡପଡ଼ା,୨୮ା୬(ସ୍ବ.ପ୍ର.)-ଖଣ୍ଡପଡ଼ାରେ ନୂତନ ଭାବେ ଆରମ୍ଭ ହୋଇଛି ଆଦର୍ଶ ବିଦ୍ୟାଳୟ। ତେବେ ଏଠାରେ ଶୈକ୍ଷିକ ବାତାବରଣର ଅଭାବ ରହିଥିବା ନେଇ ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ବିଦ୍ୟାଳୟଟିରେ ପାନୀୟ ଜଳର ବ୍ୟବସ୍ଥା ନ ଥିବା ଓ ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ନିମନ୍ତେ ଫ୍ୟାନ୍‌ଟିଏ ମଧ୍ୟ ନ ଥିବାରୁ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି ା ବିଦ୍ୟାଳୟ ସଭାଗୃହରେ ଗୋଟିଏ କ୍ଲାସ ଚାଲୁଥିବା ଏବଂ ଅଧିକାଂଶ ପିଲା ଡ୍ରେସ୍‌ କୋଡ୍‌ରେ ଆସୁ ନ ଥିବା ଦୃଷ୍ଟିଗୋଚର ହେଉଛି । ଏଠାରେ ଉପଯୁକ୍ତ ଶୈକ୍ଷିକ ବାତାବରଣର ଅଭାବ ରହିଥିବାରୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ା ସୂଚନାଯୋଗ୍ୟ, ଖଣ୍ଡପଡ଼ା ସହରର ବହୁ ପୁରାତନ ରାମଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରସ୍ଥ ୨ଟି ପ୍ରକୋଷ୍ଠରେ ଅସ୍ଥାୟୀ ଭାବେ ଉକ୍ତ ଆଦର୍ଶ ବିଦ୍ୟାଳୟ ଚଳିତ ଶିକ୍ଷାବର୍ଷଠାରୁ କାର୍ଯ୍ୟାରମ୍ଭ କରିଛି। ଏଥିଯୋଗୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦ ପ୍ରକାଶ ପାଇଛି ା ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରଥମ କରି ଖଣ୍ଡପଡ଼ା ଓ ଭାପୁର ବ୍ଲକ ଅଞ୍ଚଳର ୮୦ ଜଣ ଛାତ୍ରୀଛାତ୍ର ଷଷ୍ଠ ଶ୍ରେଣୀରେ ନାମ ଲେଖାଇଛନ୍ତି ା ତେବେ ଏହି ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪ ଜଣ ନବୋଦୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଚାଲିଯିବା ପରେ ଏବେ ୭୬ ଜଣ ପଢୁଥିବା ଖଣ୍ଡପଡ଼ା ବ୍ଲକ ଶିକ୍ଷାଧିକାରୀ ଚନ୍ଦନ କୁମାର ରଥଙ୍କଠାରୁ ପ୍ରକାଶ ା ବିଦ୍ୟାଳୟଟିର ବିଭିନ୍ନ ସମସ୍ୟା ସମ୍ପର୍କରେ ଶିକ୍ଷା ଅଧିକାରୀ ରଥଙ୍କୁ ପଚାରିବାରୁ ସେ କହିଥିଲେ, ବୁଧବାର ଏହି ବିଦ୍ୟାଳୟ ପରିଦର୍ଶନ କରି ଛାତ୍ରୀଛାତ୍ରମାନଙ୍କୁ ଅନ୍ୟ ୨ ପ୍ରକୋଷ୍ଠରେ ଅଧ୍ୟୟନ ପାଇଁ ବ୍ୟବସ୍ଥା କରାଯାଇଛି। ଆସନ୍ତା ଦିନେ ୨ ଦିନ ମଧ୍ୟରେ ଅନ୍ୟ ଆବଶ୍ୟକତାଗୁଡ଼ିକ ପୂରଣ ହୋଇଯିବା ନେଇ ସେ ସୂଚନା ଦେଇଛନ୍ତି ା ତେବେ ସିବିଏସ୍‌ଇ ଶିକ୍ଷା ଢାଞ୍ଚାରେ ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ପାଠ ପଢାଇବା ନିମନ୍ତେ ଖଣ୍ଡପଡ଼ା ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟରୁ ୬ଜଣ ଦକ୍ଷ ଓ ଅଭିଜ୍ଞ ଶିକ୍ଷକଙ୍କୁ ଡେପୁଟେଶନରେ ଏଠାକୁ ଅଣାଯାଇଥିବା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି ା ପ୍ରକାଶଯୋଗ୍ୟ କି, ସହରର ବାଇପାସ୍‌ ରାସ୍ତା ପାର୍ଶ୍ୱରେ ଆଦର୍ଶ ବିଦ୍ୟାଳୟର ନୂତନ କୋଠା ନିର୍ମାଣ କାର୍ଯ୍ୟ ବର୍ଷକ ପୂର୍ବରୁ ଆରମ୍ଭ ହୋଇଛି ା ଯୁଦ୍ଧକାଳୀନ ଭିତ୍ତିରେ ଏହାର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

ପଶ୍ଚିମବଙ୍ଗ ପରେ ଆସାମକୁ ବ୍ୟାପିଲା ଓ୍ବକ୍‌ଫ ନିଆଁ : ବିକ୍ଷୋଭକାରୀଙ୍କ ଟେକାମାଡ଼, ପୋଲିସର ଲାଠିଚାର୍ଜ

ଗୁଆହାଟୀ,୧୩ା୪: ପଶ୍ଚିମବଙ୍ଗରେ ଲାଗିଥିବା ଓ୍ବକ୍‌ଫ ଆଇନ ବିରୋଧୀ ଆନ୍ଦୋଳନର ନିଆଁ ରବିବାର ଆସାମକୁ ବ୍ୟାପିଛି। କେନ୍ଦ୍ର ସରକାରଙ୍କ ଏହି ସଂଶୋଧିତ ଆଇନ ବିରୋଧରେ ଜିଲାର ଚମରାଗୁଡ଼ମ୍‌,...

୫ ସରପଞ୍ଚ, ୨ ସମିତି ସଭ୍ୟ, ୯ ଓ୍ବାର୍ଡ ସଭ୍ୟ ଲାଗି ହେବ ଉପନିର୍ବାଚନ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ୫ ପଞ୍ଚାୟତର ସରପଞ୍ଚ, ୨ ପଞ୍ଚାୟତ ସମିତିସଭ୍ୟ ଏବଂ ୯ ଓ୍ବାର୍ଡ ସଭ୍ୟ ପଦବୀ ଖାଲି ରହିଛି। ଏହି ପଦବୀଗୁଡ଼ିକ...

ଖବର ପ୍ରସାରଣ ପରେ ଗାଁରୁ ଦୂର ହେଲା ଜଳ ସଙ୍କଟ

ମୋହନା,୧୩ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକଠାରୁ ମାତ୍ର ୩ କି.ମି. ଦୂରରେ ଥିବା ଖାରିକୁଆରେ ୨୫ ପରିବାର ରହନ୍ତି। ଗ୍ରାମରେ ରହିଛି ଗୋଟିଏ ମାତ୍ର...

ପ୍ରଥମ ଥର ଶକ୍ତିଶାଳୀ ଲେଜର୍ ବେସଡ୍ ଓ୍ୱିପନ୍ ପ୍ରଦର୍ଶନ କଲା ଭାରତ, ଚମକି ପଡ଼ିଲା ବିଶ୍ୱ

ନୂଆଦିଲ୍ଲୀ,୧୩।୪: ଭାରତ ପ୍ରଥମ ଥର ପାଇଁ ଏକ ଡ୍ରୋନକୁ ଖସାଇ ଦେବା ପାଇଁ ଉଚ୍ଚ-ଶକ୍ତିଶାଳୀ ଲେଜର-ବେସଡ୍ ଓ୍ୱିପନ୍ ବ୍ୟବହାର କରି ଏକ ଭବିଷ୍ୟତରେ ଆବଶ୍ୟକ ଅସ୍ତ୍ରର...

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ପମ୍ପ ପୁନଃଉଦ୍ଧାର କାର୍ଯ୍ୟରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ଛତ୍ରପୁର,୧୩ା୪(ଦିଲ୍ଲୀପ ସାମଲ): ନିମ୍ନମାନର କାମ ସହ ଆର୍ଜବେଷ୍ଟ ଉପରେ ସିମେଣ୍ଟ ପକାଇ ସରକାରୀ ଅର୍ଥକୁ ହରିଲୁଟ କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି...

ଚାଲାଣ ହେଉଥିଲା ଖଇରକାଠ: ମାଡ଼ି ବସିଲା ବନ ବିଭାଗ

ପଦ୍ମପୁର,୧୩ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ବନ ବିଭାଗ ପକ୍ଷରୁ ଏକ ଖଇରକାଠ ବୋଝଇ ବୋଲେରୋ ପିକଅପ(ଓଡି ୩୧ -୬୩୩୬ ) ଜବତ କରାଯାଇଛି। ବୋଲେରୋରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image