Categories: ଜାତୀୟ

ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ରାଷ୍ଟ୍ରପତି ରାମଙ୍କ ସଦ୍‌ଗୁଣ ଓ ବନ୍ଧୁତ୍ୱର କଥା କହିଥିବା ବେଳେ ଦେଶବାସୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ମଧ୍ୟ ଦେଶବାସୀଙ୍କୁ ରାମ ନବମୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଦେଶବାସୀଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି।

Share