Posted inRasifala

ରାଶିଫଳ: ରବିବାର, ମେ ୨୬ ତାରିଖ – Daily Horoscope

ମେଷ

ଆଜିର ଏକାଦଶସ୍ଥ ଚନ୍ଦ୍ର ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଘାତବାର ଯୋଗୁ ଚୁ ଓ ଲ-ନାମାକ୍ଷର ବ୍ୟକ୍ତିଙ୍କ ବିଚାରଧାରା ବିଗିଡ଼ିଯିବ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। କର୍ମକ୍ଷେତ୍ରସ୍ଥ ବିଶୃଙ୍ଖଳିତ ପରିସ୍ଥିତିରେ ପଡ଼ି ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ।

ବୃଷ
ବୃଷ
ତୃତୀୟାଧିପ କର୍ମସ୍ଥ ହେତୁ ବନ୍ଧୁ ପରିଜନ ଆପଣଙ୍କ କାମରେ ସହଯୋଗ କରିବେ। ସାଧାରଣ କଥାରେ ଅତ୍ୟଧିକ ଉତ୍ତେଜନା ନିଜର ହିଁ କ୍ଷତି ସାଧନ କରିପାରେ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳୁ ବିତର୍କଜନିତ ମନଟା ବିଗିଡ଼ି ଯାଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କର୍ମକ୍ଷେତ୍ର ସମସ୍ୟାବହୁଳ ରହିବ।
ମିଥୁନ
ମିଥୁନ

ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟା ଦେଇ ଦିନଟି ଅତିବାହିତ ହେବ। ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ହେତୁ ଆର୍ଥିକ ପରିସ୍ଥିତିରେ ଉନ୍ନତି ଘଟିବ। ମାଲିମକଦ୍ଦମା, ପ୍ରଶାସନ, ରାଜନୀତି ତଥା ଗଠନମୂଳକ ଓ ରାଜନୈତିକ ପୃଷ୍ଠଭୂମିରେ ଉତ୍ସାହିତ ରହିବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଆସିପାରେ।

କର୍କଟ
କର୍କଟ
ଆଜିର ଶନି କ୍ଷେତ୍ରସ୍ଥ ଅଷ୍ଟମ ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇପାରେ। କ୍ରନିକ୍‌ ରୋଗର ପ୍ରାଦୁର୍ଭାବ ଫଳରେ ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯିବାର ସୂଚନା ମଧ୍ୟ ରହିଛି। ତଥାପି ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦମୁକ୍ତ ହୋଇପାରନ୍ତି।
ସି˚ହ
ସି˚ହ
ଆଜିର ଦିନଟି ଏକ ସ୍ମରଣୀୟ ଦିବସ ଭଳି ସବୁଦିନ ପାଇଁ ମନେରହିବ। ଯେଉଁ କାମ କରିବେ, ତାହା ପୂର୍ଣ୍ଣତାପ୍ରାପ୍ତ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସଭାସମିତି, ପରିବହନ, ପ୍ରଶାସନ, ମାଲିମକଦ୍ଦମା କ୍ଷେତ୍ର ଉନ୍ନତ ରହିବ। ଦ୍ରୁତୋନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇପାରେ।
କନ୍ୟା
ଆଜି ଯାହା କରନ୍ତୁ ନା କାହିଁକି ଅତ୍ୟଧିକ ଖର୍ଚ୍ଚାନ୍ତ ସାଙ୍ଗକୁ ଟେନ୍‌ସନ ଲାଗି ରହିବା ହେତୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ କିମ୍ବା ଅପରିଣାମଦର୍ଶିତାଜନିତ କାର୍ଯ୍ୟ ସମସ୍ୟାକୁ ବଢ଼ାଇ ଦେଇପାରେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟି ଲକ୍ଷ୍ୟ ସାଧନରେ ବ୍ୟାଘାତ ସୃଷ୍ଟି କରିବାର ଆଶଙ୍କା ରହିଛି ।
ତୁଳା
ତୁଳା
ଶୁକ୍ର ଓ ଚନ୍ଦ୍ରଙ୍କ ଶୁଭ ସଂସ୍ଥାନ କାରଣରୁ ସକାଳୁ ସକାଳୁ ଖୁସି ଖବର ପାଇ ମନ ଉଲ୍ଲସିତ ହୋଇ ଉଠିବ। ଖଳଲୋକଙ୍କ କଥାକୁ ବିଶ୍ୱାସ କରି ନିଜର ଅତି ବିଶ୍ୱସ୍ତ ବନ୍ଧୁଙ୍କୁ ଭୁଲ୍‌ ବୁଝିପାରନ୍ତି। ଆଲୋଚନା ପରିସରରେ ଗୁରୁଜନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଅର୍ଥଲାଭରୁ ଖୁସି ରହିବେ। ଘର ସାଜସଜ୍ଜାରେ ସମୟ ଅତିବାହିତ ହୋଇପାରେ।
ବିଛା
ବିଛା
ଭାଗ୍ୟାଧିପ ଶନିଙ୍କ କ୍ଷେତ୍ରରେ କେନ୍ଦ୍ରସ୍ଥ ହେତୁ ପ୍ରତ୍ୟେକ କାର୍ଯ୍ୟରେ ଧିମା ଗତିରେ ସଫଳତା ପାଇବେ ା ସଭାସମିତି, ଆଲୋଚନା, ବନ୍ଧୁସମ୍ପର୍କ, ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ମିଳିବ। ପାରିବାରିକ କ୍ଷେତ୍ରରେ ଛୋଟ ମୋଟ ସମସ୍ୟାକୁ ନେଇ ବିଶେଷ ବ୍ୟସ୍ତ ହୋଇପାରନ୍ତି।
ଧନୁ
ଧନୁ
ଅଷ୍ଟମାଧିପତିଙ୍କ ତୃତୀୟଭାବ ସଂସ୍ଥିତି ଯୋଗୁ କଅଁଳ କଥାରେ ମର୍ମଭେଦୀ ବିବାଦୀୟ କଥା କହି ଅପ୍ରିୟତା ଅର୍ଜନ କରିପାରନ୍ତି। ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ମଧ୍ୟ ବିଭିନ୍ନ ସମସ୍ୟା ସାଙ୍ଗକୁ ଖର୍ଚ୍ଚ ପରିମାଣ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଅତି ନିଜର ଲୋକଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ସେହି ବ୍ୟକ୍ତି କାମ କରିବେ ନାହିଁ।
ମକର
ମକର
ରାଶିରେ ଶନି କ୍ଷେତ୍ରରେ ଦ୍ୱିତୀୟସ୍ଥ ଚନ୍ଦ୍ର ଅତୀତ ସ୍ମୃତିକୁ ମନରେ ଜାଗ୍ରତ କରି ଭାବୁକ ବନାଇପାରେ। ବନ୍ଧୁଙ୍କ ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ। ଅଯଥା କଳହରୁ ଦୂରେଇ ରୁହନ୍ତୁ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆର୍ଥିକ ଅନଟନ ଲାଗି ରହିବା ସହ ଉଚ୍ଚବର୍ଗଙ୍କ ସହାୟତା ପାଇବା ଯୋଗୁ ସ୍ଥିରତା ଫେରିପାଇବେ।
କୁମ୍ଭ
କୁମ୍ଭ
ଧନକର୍ମାଧିପ ବୃହସ୍ପତି ଓ ବିପରୀତ ରାଜଯୋଗ ପ୍ରଭାବରେ ଆଜିର କର୍ମକ୍ଷେତ୍ର, ପରିବାର, ଯାନବାହନ, ବନ୍ଧୁ ସମ୍ପର୍କ ଦୃଢ଼ୀଭୂତ ରହିବ। ବିନା ଆହ୍ବାନରେ ଅନ୍ୟମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଶିକ୍ଷା, ଗବେଷଣା, ବିଦେଶ ଯାତ୍ରା, କଳା, ସାହିତ୍ୟ, ସଙ୍ଗୀତ ଓ ଆଲୋଚନା କ୍ଷେତ୍ର ପ୍ରଶସ୍ତ ରହିବାର ସୂଚନା ରହିଛି।
ମୀନମୀନ
ଆଜିର ଅନୁକୂଳ ଗ୍ରହସ୍ଥିତି ଆପଣଙ୍କର ସର୍ବାଙ୍ଗୀନ ଉନ୍ନତିର କାରଣ ହେବ। ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ଅଫିସ୍‌ରେ ଅଧସ୍ଥନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କଲେ ନିଜକୁ ହିଁ ଅପମାନିତ ହେବାକୁ । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri