Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ
ଦ୍ୱାଦଶଚନ୍ଦ୍ର ହେତୁ ଦୂ ରଯାତ୍ରା କରିପାରନ୍ତି ,କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ। ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ପରିବାର, ଯାନବାହନ, ପରିବହନଏବଂ ବାଣିଜ୍ୟ, ଶିଳ୍ପକ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେଇପାରେ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ।
ବୃଷ
ବୃଷ
ଶୁଭଗ୍ରହ ପ୍ରଭାବରେ ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ। କିନ୍ତୁ ଅନ୍ୟଦ୍ୱାରା ପ୍ରଭାବିତ ହେଲେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିବାକୁ ପଡ଼ିପାରେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ଆଜିର ଯାତ୍ରା ସମୟରେ କୌଣସି ଅପରିଚିତଙ୍କ କଥାକୁ ବିଶ୍ୱାସକରି ହଇରାଣରେ ପଡ଼ିଯାଇପାରନ୍ତି। ପାରିବାରିକ କ୍ଷେତ୍ରରେ ଗତକାଲିର କଳି ତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ।
କର୍କଟ
କର୍କଟ
ଚନ୍ଦ୍ର ପ୍ରଭାବରେ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେନି। ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳିଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥକରି ସଫଳତା ହାସଲ କରିପାରିବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି ।
କନ୍ୟା
ପାପଗ୍ରହ ଜନିତ ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ କାଟିବେ ।
ତୁଳା
ତୁଳା
ଆପଣ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ।
ବିଛା
ବିଛା
ଦୂରଯାତ୍ରା ଜନିତ ଆଜି କର୍ମବ୍ୟସ୍ତତା ମଧ୍ୟରେ ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବନାହିଁ। ବ୍ୟବସାୟିକ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭକରିବେ। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ।
ଧନୁ
ଧନୁ
ଆକସ୍ମିକ କଚେରି ମାମଲାର ଟେନ୍‌ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ । ପ୍ରଶାସନ, ପ୍ରକାଶନ,ଏଜେନ୍ସିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି।
ମକର
ମକର
ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଅସୁସ୍ଥତା ଓ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି। ପାରିବାରିକ ସମସ୍ୟା ଭିତରେ ପିଲାଙ୍କ ବିଷୟ ନେଇ ବ୍ୟସ୍ତତା ବଢ଼ିବ ।
କୁମ୍ଭ
କୁମ୍ଭ
ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ଓ ପାରିବେ ମଧ୍ୟ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବା ସମ୍ଭାବନାକୁ ଏଡ଼ିହେବ ନାହିଁ ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନାକରି ସମାଧାନରେ ଉପନୀତ ହୋଇପାରନ୍ତି। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ। ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri