Posted inRasifala

ରାଶିଫଳ: ଶନିବାର, ମେ ୨୫ ତାରିଖ – Daily Horoscope

ମେଷ
ଉପସ୍ଥିତ ବୁଦ୍ଧି ପ୍ରୟୋଗକରି ଆପଣ ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅବଶ୍ୟ ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ବୃଷ
ବୃଷ
ସାମାଜିକ ସ୍ଥିତି ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହାକି କାମଟି ଅପୂର୍ଣ୍ଣ ରହିଯିବ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ସହ କାର୍ଯ୍ୟବ୍ୟସ୍ତ ରହିପାରନ୍ତି। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଓ ପାରିବାରିକ ସ୍ତରରେ ଆଶାଜନକ ଫଳ ପାଇବେ । ଆତ୍ମୀୟମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ନିଜକୁ ଅନ୍ୟମାନଙ୍କ ସହ ତୁଳନାକରି ମନ ଊଣା କରିପାରନ୍ତି। ବନ୍ଧୁମେଳରେ ସମୟ କଟାଇବାର ସୁଯୋଗ ପାଇପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ ।
କର୍କଟ
କର୍କଟ
କ୍ରନିକ୍‌ ରୋଗ ପ୍ରଭାବରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଭ୍ରମଣହେତୁକ କ୍ଳାନ୍ତି ଅନୁଭବ କରିପାରନ୍ତି। ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜ ଅବହେଳାରୁ ଅନ୍ୟ ବାଟରେ ବ୍ୟୟହେବା ଆଶଙ୍କା ଦେଖାଦେବ।
ସି˚ହ
ସି˚ହ

ପ୍ରତ୍ୟେକ ଦିଗରୁ ସୁଫଳ ପାଇବା ସହ ସାମାଜିକ ସ୍ତରରେ ସମ୍ମାନିତ ହେବାର ସୁଯୋଗ ପାଇପାରନ୍ତି। ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ ।

କନ୍ୟା
ବାରମ୍ବାର ଚେଷ୍ଟାକଲେ ମଧ୍ୟ ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିପାଇବ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଆତ୍ମୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ ଏବଂ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ପରିସ୍ଥିତିବଶତଃ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ସହକର୍ମୀ ମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥରଗତିରେ ଗଡ଼ି ଚାଲିବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ଛଳନାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ । ପରିବାରରେ ଅସାବଧାନତା କାରଣରୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଜ୍ୟେଷ୍ଠା ନକ୍ଷତ୍ରର ଅଫିସ୍‌ କାମରେ ମାନସିକ ଅବସାଦ ଦୂରହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ ସାମୟିକ ଭାବରେ କିଛିଟା ଲାଘବ ହେବାର ଅନୁଭବ କରିବେ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର, ନୂତନ ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି । ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ବନ୍ଧୁଗହଣରେ ଆଜିର ଅଧିକାଂଶ ସମୟ ଆଳାପ ଆଲୋଚନା ମଧ୍ୟରେ କଟାଇପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ଶ୍ରବଣା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ପ୍ରେମ ଫାଶରେ ଆବଦ୍ଧ ହୋଇପାରନ୍ତି। ଆର୍ଥତ୍କ ସ୍ଥିତି ପୂର୍ବପରି ରହିବ। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ ।
କୁମ୍ଭ
କୁମ୍ଭ
ଆଜି ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ପ୍ରଭୃତି ସୁଖଦ ଖବର ପାଇପାରନ୍ତି। ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍‌ ହେବନି । ମାନସିକ ଅସ୍ଥିରତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପରୋକ୍ଷ ଶତ୍ରୁତା ଓ ଋଣ ପରିଶୋଧଜନିତ ମାନସିକ ଟେନ୍‌ସନ ଲାଗିରହିବ।
ମୀନମୀନ
କର୍ମକ୍ଷେତ୍ର ଓ ବୃତ୍ତିଗତ ଧନ୍ଦାରେ ସମୟ ଅତିବାହିତ କରିବେ । ଘର ପାଇଁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। କଳା, ସଙ୍ଗୀତ ସମାରୋହ, ସାହିତ୍ୟଚର୍ଚ୍ଚା ତଥା ବନ୍ଧୁମିଳନ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‍ ୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା ହେତୁ ଦୂରଯାତ୍ରା କିମ୍ବା ବିବାଦରେ ପଶିବା ଠିକ୍‍ ହେବ ନାହିଁ। ପରିବାରକୁ ସୁଧାରିବା ସକାଶେ ପ୍ରିୟ କଥା...

ରାଶିଫଳ: ସୋମବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା ହେତୁ ଦୂରଯାତ୍ରା କିମ୍ବା ବିବାଦରେ ପଶିବା ଠିକ୍‍ ହେବନାହିଁ। ପରିବାରକୁ ସୁଧାରିବା ସକାଶେ ପ୍ରିୟ କଥା କହି...

ରାଶିଫଳ: ରବିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଏକାଧିକ ଗ୍ରହ ମଧ୍ୟରେ ଦ୍ୱାଦଶସ୍ଥ ଚନ୍ଦ୍ର ହେତୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ...

ରାଶିଫଳ: ଶନିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମ ଓ ବିବାଦର ସମାଧାନ ପାଇଁ ବ୍ୟଗ୍ରତା ବୃଦ୍ଧି ପାଇବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ଜନିତ ବୈଷୟିକ ସୁଖ, ସମୃଦ୍ଧିରୁ ଖୁସିରହିବେ। ଆଲୋଚନା...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା ଯୋଗୁ ଦ୍ୱିଜା ନକ୍ଷତ୍ର ଆନନ୍ଦିତ ହୋଇପାରନ୍ତି।...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ର ଆପଣଙ୍କ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ରକୁ ନିରୁପଦ୍ରବ କରି ରଖିବ। ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image