Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ସ୍ବାସ୍ଥ୍ୟ ଯେମିତି ଭଲ ରହିବ ତାହାଠାରୁ ମନ ମଧ୍ୟ ଆହୁରି ଅଧିକ ଭଲ ରହିବ। ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ମନ ଭିତରର ସବୁ ଦୁଃଖକୁ ସାମୟିକ ଭାବରେ ଭୁଲିଯାଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ।
ବୃଷ
ବୃଷ
କର୍ମଜଞ୍ଜାଳ ଦିନଟିକୁ ବ୍ୟସ୍ତତା ମଧ୍ୟରେ ଅତିବାହିତ କରାଇବ। ଦିନଟିରେ ବହୁତଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ, କିନ୍ତୁ ସମୟାନୁକ୍ରମେ ସବୁ ଠିକ୍‌ ହୋଇଯିବ। ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନ୍‌ସନ୍‌ ଦୂର ହେବ। ସଭାସମିତି, କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ର ସକାଶେ ଦିନଟି ଶୁଭଙ୍କରୀ ହେବ। ମଧୁର ବ୍ୟବହାର,ସୌଜନ ଓ ସୌହାର୍ଦ୍ଦ୍ୟତା ଦ୍ୱାରା ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ। ସକାଳୁ ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବ୍ୟସ୍ତ ହୋଇପଡିବେ। ଶତ୍ରୁତା ହେତୁ କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ଉନ୍ନତ ଚିନ୍ତା,ସୁପରିକଳ୍ପିତ ଯୋଜନା ଏବଂ ପ୍ରତିବନ୍ଧକ ବିହୀନ କାର୍ଯ୍ୟରୁ ଖୁସୀ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ଅଟକି ରହିଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ସଫଳତା ହାସଲ କରିବେ। ଆକର୍ଷଣୀୟ ଭାବମୂର୍ତ୍ତି ପଦସ୍ଥ ବ୍ୟକ୍ତି ବିଶେଷ ଓ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ଆଦୃତି ଲାଭ କରିପାରନ୍ତି।
ସି˚ହ
ସି˚ହ
କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନ ନେଇ ନୀରବଦ୍ରଷ୍ଟା ଭାବରେ ପଛେଇ ରହିବେ। କେତେକ ଅଶାନ୍ତ ଭାବନା ମନକୁ ଅସ୍ଥିର କରି ରଖିପାରେ। କର୍ମକ୍ଷେତ୍ର ଗତାନୁଗତିକ ରୀତିରେ ଗଡି ଚାଲିଲେ ମଧ୍ୟ ସାଧାରଣ ଝଟକାରୁ ବାଦ୍‌ ପଡିବ ନାହିଁ। ପ୍ରତ୍ୟେକ କଥାକୁ ପଛକୁ ପକାଇ ପାରିବାରିକ କ୍ଷେତ୍ରକୁ ପୂର୍ବବତ୍‌ ସୁସ୍ଥ ରଖିପାରିବେ।
କନ୍ୟା
କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିପାରନ୍ତି। ଅନାବଶ୍ୟକ ଜନିଷଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ। ପାରିବାରିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ରହିଲେ ମଧ୍ୟ ଗୁରୁତର ଆକାର ଧାରଣ କରିବ ନାହିଁ। ନିକଟ ସମ୍ପର୍କୀୟମାନେ ଆଗରେ କିଛି ନ କହିଲେ ମଧ୍ୟ ପଛରେ ଶ୍ରୁତିକଟୁ କଥା କହିପାରନ୍ତି।
ତୁଳା
ତୁଳା
ଦେହରେ ବସାବାନ୍ଧି ରହିଥିବା ରୋଗର ପ୍ରାଦୁର୍ଭାବ ଆଜି ଦେଖିବାକୁ ମିଳିପାରେ। ବନ୍ଧୁଟି ଠିକଣା ସମୟରେ ବିଭିନ୍ନ ଆଳ ଦେଖାଇ ଦୂରେଇ ରହିବ। କର୍ମକ୍ଷେତ୍ରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଉପରିସ୍ଥ ଅଫିସର ଭୁଲ୍‌ ବୁଝିପାରନ୍ତି। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ପରିବାରର ବ୍ୟତିକ୍ରମକୁ ସୁଧାରି ନେବାରେ ସଫଳ ହେବା ଦୁରୂହ ହୋଇପଡିବ। ମନର ଦୁଃଖକୁ ମନ ଭିତରେ ଲୁଚାଇ କାର୍ଯ୍ୟକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ପୂର୍ବରୁ ଲାଗି ରହିଥିବା ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରକ୍ରାନ୍ତ କରିପାରେ। କିଣାବିକା କ୍ଷେତ୍ରରେ ସତର୍କ ନ ରହିଲେ ଠକାମିରେ ପଡିପାରନ୍ତି।
ଧନୁ
ଧନୁ
ନିଜର ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ। ସନ୍ଦେହ, ଅବିଶ୍ୱାସ ଓ ଭୁଲ୍‌ ବୁଝାମଣା ହେତୁକ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିପାରେ। କିନ୍ତୁ ଆଧ୍ୟାତ୍ମିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆର୍ଥିକ, ସାମାଜିକ, ସୃଜନାତ୍ମକ କାମରେ ଉନ୍ନତମାନର ଫଳ ମିଳିବ।
ମକର
ମକର
କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ପାଇପାରିବେ। ସାଧାରଣ ଘଟଣାରେ ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ଦୀର୍ଘଦିନରୁ ସାହାଯ୍ୟ ପରିପ୍ରେକ୍ଷୀରେ ଦେଇଥିବା ବକେୟା ଅର୍ଥକୁ ଯୁକ୍ତିତର୍କ ମାଧ୍ୟମରେ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ଓ କର୍ମକ୍ଷେତ୍ର ସୁନ୍ଦର ଓ ସାବଲୀଳ ରହି ପ୍ରୀତିପ୍ରଦ ହେବ। ଦୀର୍ଘଦିନରୁ ଚିନ୍ତାକରୁଥିବା ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାରାଦି କ୍ରୟ କରିବାର ସୁଯୋଗ ଜୁଟିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ସମାଧାନ ପୂର୍ବକ ଉନ୍ନତି ପରିଲକ୍ଷିତ ହେବ। ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ।
ମୀନମୀନ
ରୋକ୍‌ଠୋକ୍‌ କଥା ବିଜ୍ଞ ବ୍ୟକ୍ତିମାନଙ୍କ ଦ୍ୱାରା ଗ୍ରହଣୀୟ ହେବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ମିଥ୍ୟାବାଦିନୀ ଦୋଷାରୋପ ଲଗାଇପାରନ୍ତି। ସଭାସମିତି, ଆଲୋଚନା ତଥା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ସହମତି ମାଧ୍ୟମରେ କାମ କରିପାରିବାରେ ଅସୁବିଧା ରହିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଏପ୍ରିଲ୍‍ ୧୧ ତାରିଖ – Daily Horoscope

ମେଷ ଆଜି ଷଷ୍ଠ ସ୍ଥାନରେ ଚନ୍ଦ୍ର ପାପଗ୍ରହ କେତୁ ଯୁକ୍ତ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ...

ରାଶିଫଳ: ଗୁରୁବାର, ଏପ୍ରିଲ୍‍ ୧୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା ଏବଂ ପାରିବାରିକ ସଦ୍ଭାବଜନିତ ମନ ଖୁସି ରହିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ...

ରାଶିଫଳ: ବୁଧବାର, ଏପ୍ରିଲ୍‍ ୯ ତାରିଖ – Daily Horoscope

ମେଷ ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅଶାନ୍ତ ପରିସ୍ଥିତିରୁ ଡିପ୍ରେସନ ଲାଗି ରହିବ। ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ବାଣିଜ୍ୟ,...

ରାଶିଫଳ: ମଙ୍ଗଳବାର , ଏପ୍ରିଲ୍‍ ୮ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ସହଯୋଗରେ ନୂଆ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା...

ରାଶିଫଳ: ସୋମବାର, ଏପ୍ରିଲ୍‍ ୭ ତାରିଖ – Daily Horoscope

ମେଷ ଆଜି କୌଣସି କାମ ଆରମ୍ଭ କଲେ ମଧ୍ୟ ତାହା ପ୍ରତିବନ୍ଧକ ମଧ୍ୟରେ ଅଟକି ଯାଇପାରେ। ଏକ ସାଧାରଣ ଘଟଣାରୁ ପରିସ୍ଥିତି ବିଗିଡି ଯାଇଥିବା କାରଣରୁ...

ରାଶିଫଳ: ରବିବାର, ଏପ୍ରିଲ୍‍ ୬ ତାରିଖ – Daily Horoscope

ମେଷ ଆଜି ଯାହା କିଛି କରିବାକୁ ଚାହୁଁଛନ୍ତି, ସେଥିପାଇଁ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ତୃତୀୟସ୍ଥ ଚନ୍ଦ୍ର ହେତୁ ମନ ଦୁର୍ବଳ ରହିଲେ ମଧ୍ୟ...

ରାଶିଫଳ: ଶୁକ୍ରବାର , ଏପ୍ରିଲ୍‍ ୪ ତାରିଖ – Daily Horoscope

ମେଷ ସରକାରୀ ସ୍ତରରୁ ପ୍ରାପ୍ୟରେ ବାଧା ଉପୁଜିବା କାରଣକୁ ନେଇ ମାନସିକ ଅସ୍ଥିରତା ଦେଖାଦେବ। ବାରମ୍ବାର ଭ୍ରମଣ ହେତୁକ ଶାରୀରିକ ଅସୁସ୍ଥତା ହେବାର ସୂଚନା ରହିଛି।...

ରାଶିଫଳ: ଶନିବାର , ଏପ୍ରିଲ୍‍ ୫ ତାରିଖ – Daily Horoscope

ମେଷ ଦୁଃସ୍ଥାନରେ ଗ୍ରହଯୁଦ୍ଧ ଯୋଗୁ ଯାତ୍ରା, ଅର୍ଥ ସମ୍ପର୍କ, ପାରିବାରିକ ବ୍ୟତିକ୍ରମ ଦେଖାଦେଇପାରେ।ଣାଧିପ ରବି ଅଷ୍ଟମସ୍ଥ ଯୋଗୁ ପଦସ୍ଥ ବ୍ୟକ୍ତିଙ୍କ ସହିତ ଭୁଲ୍‍ ବୁଝାମଣାର ଆଶଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image