Posted inRasifala

ରାଶିଫଳ: ସୋମବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ
ଆଜି ଧନଲାଭ ସଙ୍ଗକୁ ନିକଟ ସମ୍ପର୍କୀୟମାନଙ୍କ ଆଦର ଓ ସୌଜନ୍ୟତାରୁ ଖୁସୀ ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ଆଜି ବିବାଦରେ ମଧ୍ୟସ୍ଥତା, ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ସଙ୍ଗକୁ କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତିରେ ଉନ୍ନତି କରିବେ। ଶିଳ୍ପ, ବାଣିଜ୍ୟ,ପରିବହନ ତଥା ଲେଖାପଢ଼ା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ଆମତ୍ୀୟଙ୍କ ସକାଶେ ମନ ବିଚଳିତ ରହିବ।
ମିଥୁନ
ମିଥୁନ
ଆଜି କଥା ଯେମିତି କାମ ସେମିତି କରିବାରେ ପଛକୁ ହଟିବେ ନାହିଁ। ବହୁତ ଦିନ ହେଲା ଅଟକି ରହିଥିବା କାମଗୁଡ଼ିକ ସହମତି ମାଧ୍ୟମରେ ସୁବିଧାରେ ସମ୍ପନ୍ନ ହୋଇଯିବ। ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ।
କର୍କଟ
କର୍କଟ
ଆଜି କହିବେ ଯାହା କାମରେ କରିବାରେ ସମର୍ଥ ହେବେ। ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ବ୍ୟବସାୟ ଓ ବାଣିଜ୍ୟ ଏବଂ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକଜନିତ କାମ ସ୍ଥଗିତ ରହିଯାଇପାରେ। ପାରିବାରିକ ଜୀବନରେ ବୁଝାମଣା ନେଇ ସୂଚନା ରହିଛି।
ସି˚ହ
ସି˚ହ
କର୍ତ୍ତବ୍ୟର ଆହ୍ବାନରେ ପାରିବାରିକ କ୍ଷେତ୍ରର ଗୁରୁ୍‌ତ୍ୱପୂର୍ଣ୍ଣ କାମ ପଛ କରିବାକୁ ବାଧ୍ୟ ହେବେ। ଅବହେଳା କାରଣରୁ ସ୍ବାସ୍ଥ୍ୟ ଅବନ୍ନତି ଦିଗକୁ ଗତି କରିପାରେ। ଋଣଭାରରେ ଅତିଷ୍ଠ ହେବା ସହ ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
କନ୍ୟା
ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗର ଅନୁସରଣ କରିପାରନ୍ତି। କାମରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। କଚେରି ମାମଲା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ବିବାଦୀୟ ଘଟଣାରେ ବିଜୟପ୍ରାପ୍ତି ଯୋଗ ରହିଛି।
ତୁଳା
ତୁଳା
ଭଲ ଓ ମନ୍ଦର ମିଶ୍ରିତ ଅନୁଭୂତି ମଧ୍ୟରେ ଦିନଟି ଅତିବାହିତ ହେବ। କର୍ମକ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଭଲ ରହି ନ ପାରେ। କୌଣସି ବନ୍ଧୁଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ସାମୟିକ ବ୍ୟଥିତ କରିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ପ୍ରକାଶନ, ରାଜନୀତି, ପ୍ରଶାସନ, ସାମ୍ବାଦିକତା, ସଂଗଠନରେ ସମସ୍ୟା ସମାଧାନ ହୋଇଯିବ। ବିବାଦୀୟ ଜମିଜମା ଦୁଶ୍ଚିନ୍ତାକୁ ବୃଦ୍ଧି କରିବାର ଆଶଙ୍କା ରହିଛି।
ଧନୁ
ଧନୁ
ବନ୍ଧୁଙ୍କ ନିକଟରେ ଘରକଥା ମୁହଁ ଖୋଲି କହିଦେବା ହେତୁ ସମସ୍ୟା ବଢ଼ି ଯାଇପାରେ। କର୍ମକ୍ଷେତ୍ରରେ ବନ୍ଧୁ ସହିତ ଆଲୋଚନାପୂର୍ବକ ସମସ୍ୟାକୁ ସୁଧାରି ନେବେ। ପୂର୍ବ ରାଗକୁ ଶୁଝାଇବାକୁ ଯାଇ ସମସ୍ୟାକୁ ଈର୍ଷାପରାୟଣ ବ୍ୟକ୍ତିମାନେ ବଢାଇ ଦେଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଖୁସି ରହିବେ।
ମକର
ମକର
ଆଜି ଯେଉଁ କାମରେ ହାତ ଦେବେ ତାହା ସମ୍ପୂର୍ଣ୍ଣ ନ ହୋଇ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କମିଯିବା କାରଣରୁ ଆଂଶିକ ଆଶ୍ୱସ୍ତି ଲାଭ କରିବେ। ପ୍ରକୃତ ଘଟଣା ନ ବୁଝି ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ନିର୍ମାଣ, ପରିବହନ, ବାଣିଜ୍ୟ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜି ମନ ଅଶାନ୍ତ ରହିଥିବା ହେତୁ ମାନସିକ ଅସ୍ଥିରତା ଲାଗି ରହିବ। ଜଣେ ବନ୍ଧୁ ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନଦେବା ନିତାନ୍ତ ଆବଶ୍ୟକ ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ମୀନମୀନ

ଆଜି ଏକାଧାରରେ ଦୈହିକ ଓ ମାନସିକ ସ୍ଥିତି ବହୁତ ଭଲ ରହିବ। ଆନୁଷ୍ଠାନିକ କାମରେ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଅବଶ୍ୟ ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିହେତୁ ମନରେ ସରସତା ସାମୟିକ ରହି ନ ପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri