Categories: ଜାତୀୟ

ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କର ଭାରତ ଗସ୍ତର ଦ୍ୱିତୀୟ ଦିନରେ ଅର୍ଥାତ୍‌ ମଙ୍ଗଳବାର ସକାଳେ ରାଷ୍ଟ୍ରପତି ଭବନ ପହଞ୍ଚିଛନ୍ତି। ସେଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତାଙ୍କ ସହଧର୍ମିଣୀ ସବିତା କୋବିନ୍ଦ ତାଙ୍କୁ ସ୍ବାଗତ ଜଣାଇବା ସହ ଟ୍ରମ୍ପଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଛି। ଏହାପରେ ଉଭୟ ମିଶି ଫଟୋ ପାଇଁ ପୋଜ୍‌ ଦେଇଥିବା ଦେଖାଯାଇଛି। କିଛି ସମୟ ପରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମିଶି ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ରାଜଘାଟ ଯିବେ।

Share