ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ। ତେବେ ସୋମବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ଏଠାରେ ଫୋପାଡ଼ି ଦେଇଥିବା ଅନୁମାନ କରାଯାଇଛି। ମୃତକଙ୍କ ବୟସ ପାଖାପାଖି ୫୦ ହେବ। ଖବର ପାଇ ମଙ୍ଗଳାବାଗ ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Share