ଲେଫ୍ରିପଡ଼ା,୧୯।୨(ଡି.ଏନ୍.ଏ.) -ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ବର୍ତ୍ତନକେଲା ଛକଠାରେ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍୍ ଭ୍ୟାନ ଗାଡ଼ି ଗୋଟିଏ ବାଇକ୍କୁ ଧକ୍କା ଦେବାରୁ ବାଇକ୍ରେ ଥିବା ମା’ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରାଖାଇ ଗ୍ରାମର ବୀରେନ୍ଦ୍ର ନାଗ (୪୦) ଏବଂ ତାଙ୍କ ମା’ ଇନ୍ଦ୍ରାବତୀ (୬୦)।
ଅପରାହ୍ନ ପ୍ରାୟ ୪ଟା ୩୦ରେ ମା’ପୁଅ ଉଜ୍ୱଳପୁର ପଞ୍ଚାୟତ କାର୍ଯ୍ୟାଳୟରୁ ଚାଉଳ ନେଇ ଓଡି ୧୬ ଏଫ୍-୫୭୯୬ ନଂ. ବାଇକ୍ ଯୋଗେ ଘରକୁ ଫେରୁଥିଲେ। ବର୍ତ୍ତନକେଲା ଛକଠାରେ ଲେଫ୍ରିପଡ଼ା ପଟରୁ ଆସୁଥିବା ପିକ୍ଅପ୍ ଭ୍ୟାନ ଓଡ଼ି ୧୬ ବି-୭୭୭୬ ନଂ. ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟେ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଚିକିତ୍ସା ପାଇଁ ସୁନ୍ଦରଗଡ଼ ସରକାରୀ ଚିକିତ୍ସାଳୟକୁ ପଠାଯାଇଥିବା ବେଳେ ରାସ୍ତାରେ ଉଭୟଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ଲେଫ୍ରିପଡ଼ା ଥାନା ଆଇଆଇସି. ବୀରକିଶୋର ମଲ୍ଲିକ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ। ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ପୋଲିସ ଜବତ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ସୁନ୍ଦରଗଡ଼ View All

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ
ନୂଆପଡ଼ା,୨୫ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାର ଜଣେ ମହିଳା ଶ୍ରମିକ ଇଟା ତିଆରି କରିବାକୁ ହାଇଦ୍ରାବାଦ ଯାଇ ସେଠାରେ ମୃତ୍ୟୁବରଣ କରିବା ପରେ ମୃତଦେହ ଘରକୁ...

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍ପିଟ୍ ହୋଇ ୫ ଆହତ
ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ
ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ
ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ
ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା
ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର
ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି
ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...