Categories: ଜାତୀୟ

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୫୩୫ ହୋଇଛି । ସେହପରି ୨୪ ଘଣ୍ଟାରେ ଦେଶରେ ୩୯୬ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୨ ଲକ୍ଷ ୯୭ ହଜାର ୫୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୪୭ ହଜାର ୧୯୫ ଜଣ ସୁସ୍ଥ ହୋଇଥିବା ବେଳେ ୮ହଜାର ୪୯୮ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୧ ଲକ୍ଷ ୪୧ ହଜାର ୮୪୨ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ୩ ହଜାର ୫୯୦ ଲୋକଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୯୭ ହଜାର ୬୪୮ରେ ପହଞ୍ଚିଛି। ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୧୮୦୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋିଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ oହଜାର ୬୮୭ ହୋଇଛି। ସେଥିମଧ୍ୟରୁ ୧୦୮୫ ଜଣଙ୍କ ମୃତ୍ୟୁ ହୋଇଛି।

Share