ରେବେସା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ଉତ୍ତର ଦ୍ୱାର ନିକଟରେ ଥିବା ରେବେସା ମଠ ଉଚ୍ଛେଦ କାର୍ଯ୍ୟ ପ୍ରଶାସନ ଆରମ୍ଭ କରିଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଉପଜିଲାପାଳ ଭବତାରଣ ସାହୁଙ୍କ ସମେତ ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ୍‌ ଉପସ୍ଥିତ ଅଛନ୍ତି। ଏହି ସମୟରେ ଭକ୍ତଙ୍କ ଯିବା ଆସିବାରେ ଯେପରି ଅସୁବିଧା ନ ହୁଏ ସେଥିପ୍ରତି ଦୃଷ୍ଟି ଦିଆଯାଇଛି।

Share