ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ମାଲକାନଗିରି ଥାନା ଅଧୀନସ୍ଥ ଏମ୍‌ଭି ୧୧୪ ଗ୍ରାମର ଭିମା ମଣ୍ଡଳ(୩୮)।
ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟାରେ ବାଲିମେଳା-ଜୟପୁର ମୁଖ୍ୟ ରାସ୍ତାର ଗୁମ୍ମା ନିକଟସ୍ଥ ସୁନାନାଗର ଘାଟିଠାରେ ପାଟ୍ରୋଲିଂ ଚାଲୁଥିଲା। ଏହି ସମୟରେ ଦ୍ରୁତଗତିରେ ଆସୁଥିବା ଏକ ଗାଡିକୁ ଅଟକା ଯାଇଥିଲା। ଯାଞ୍ଚ ସମୟରେ ଉକ୍ତ ଗାଡ଼ିରୁ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ ହୋଇଥିଲା। ଏହି ଗଞ୍ଜେଇ ଚିତ୍ରକୋଣ୍ଡାରୁ କୋଲକାତକୁ ନିଆଯାଉଥିବା ତଦନ୍ତକାରୀ ଅଧିକାରୀ କୃଷ୍ଣା କୁମାରୀ ପ୍ରଧାନ ସୂଚନା ଦେଇଛନ୍ତି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ ଲକ୍ଷ ୮୦ ହଜାର ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତଙ୍କୁ କେସ ନଂ. ୧୪/୨୦ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଜଗଦୀଶ ବାରା ସୂଚନା ଦେଇଛନ୍ତି।