ଗୋପାଳପୁର,୨୮।୭-ଗୋଳନ୍ଥରା ଥାନାଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ଶନିବାର ମଧ୍ୟରାତ୍ରିରେ ଦୁର୍ବୃତ୍ତମାନେ ଦୁଇଟି ଘରୁ ଚୋରି କରିଥିବା ବେଳେ ଅନ୍ୟ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଛନ୍ତି। ଉକ୍ତ ଥାନା ଗୋବିନ୍ଦପୁର ଗ୍ରାମରେ ପ୍ରଫୁଲ୍ଲ ଦାସଙ୍କ ଘରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ସହ ତାଙ୍କ ସ୍ତ୍ରୀଙ୍କ ବେକରୁ ମାଳି ନେଇ ଚମ୍ପଟ ମାରିଛନ୍ତି। ପରେ ତାଙ୍କ ପଡ଼ୋଶୀ ଟି. ଲକ୍ଷ୍ମୀଙ୍କ ଘରୁ ମୂଲ୍ୟବାନ କାଗଜପତ୍ର, ଟିଭି ନେଇଯାଇ ପ୍ରଫୁଲ୍ଲଙ୍କ ଘର ପଛପଟେ ଫିଙ୍ଗିି ଚାଲି ଯାଇଥିଲେ। ଏ ନେଇ ପ୍ରଫୁଲ୍ଲଙ୍କ ପୁଅ ବାବୁଲା ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ରବିବାର ପୋଲିସ ଘଟଣାର ତଦନ୍ତ କରିବା ସହ ନଂ. ୧୮୨/୧୯ରେ ମାମଲା ରୁଜୁ କରିଛି। ପ୍ରଫୁଲ୍ଲ ପରିବାରଙ୍କ ସହ ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ପଛ କବାଟ ଭାଙ୍ଗି ଆଲମିରାରୁ ଟଙ୍କା ଓ ତାଙ୍କ ସ୍ତ୍ରୀ ବେକରୁ ମାଳି ଛିଣ୍ଡାଇ ନେଇଥିଲେ। ସେହିପରି ଉକ୍ତ ଗ୍ରାମର ଧୋବା ଦାସ ପରିବାର ସହ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୃତ୍ତମାନେ ଘର ପଛପଟ କବାଟ ଭାଙ୍ଗୁଥିଲେ। ଧୋବା ଉଠି ପଡ଼ିବାରୁ ସେମାନେ ଚମ୍ପଟ ମାରିଥିଲେ। ପରେ ସିଏଚ୍ ଚେନ୍ନାୟାଙ୍କ ଘର ପଛ କବାଟକୁ ଭାଙ୍ଗି ଦେଇଥିଲେ।
ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ
ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...
ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…
ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ
ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...
Archives


