ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ ସନ୍ଧ୍ୟାରେ ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ବେଶ ଦେଖିବାକୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା। ତେବେ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁ ଅସୁବିଧାର ସମ୍ମୁଖୀନ ହୋଇଥିଲେ।

Share