ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କଲା ପ୍ରଶାସନ

ପାଟପୁର,୨୩।୩(ଡି.ଏନ୍‌.ଏ.): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ଚାରିଆଡ଼େ ସଚେତନତା ସୃଷ୍ଟି କରାଯାଉଛି। ଏହି ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଲକ୍‌ଡାଉନ୍‌ର ଦ୍ୱିତୀୟ ଦିନରେ ସାନଖେମୁଣ୍ଡି ଅଞ୍ଚଳରେ କିଛି ବ୍ୟକ୍ତି ଏହାକୁ ଉଲ୍ଲଙ୍ଘନ କରୁଥିବା ନେଇ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ସାନଖେମୁଣ୍ଡି ତହସିଲଦାର ଅମିତ କୁମାର ନାୟକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗାୟତ୍ରୀଦତ୍ତ ନାୟକ, ପାଟପୁର ଥାନାଧିକାରୀ ଅଜୟ କୁମାର ବାରିକ ଉଲ୍ଲଙ୍ଘନକାରୀଙ୍କୁ ବୁଝାଇ ସଚେତନତା କରିବା ସହ କିଛି ଉଲ୍ଲଙ୍ଘନକାରୀଙ୍କଠାରୁ ଜରିମାନା ଆଦାୟ କରିଛନ୍ତି। ତହସିଲଦାର,ବିଡିଓ ଓ ଥାନାଧିକାରୀ ବିଭିନ୍ନ ଗ୍ରାମକୁ ଯାଇ ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ପରାମର୍ଶ ଦେଇ ଲକ୍‌ଡାଉନ୍‌ ପାଳନ କରିବାକୁ ଅନୁରୋଧ କରୁଥିବା ଦେଖିବାକୁ ମିଳିଛି।

Share