ଲକ୍‌ଡାଉନ୍‌ ସମୟରେ ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକ ଦେଇ ପାରିବେନି ଯୋଗ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ତୃତୀୟ ଥର ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଲକ୍‌ଡାଉନ୍‌ ସମୟରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ସହିତ ଅନ୍ୟ କେତେକ କଟକଣା ଜାରି କରାଯାଇଛି। ଲକ୍‌ଡାଉନ୍‌ ସମୟରେ ହେଉଥିବା ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକ ଯୋଗ ଦେଇ ପାରିବେ ନାହିଁ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ସେହିପରି ଅନ୍ତିମ ସଂସ୍କାରରେ ୨୦ରୁ ଅଧିକ ଲୋକ ଯୋଗ ଦେଇ ପାରିବେନି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟରେ ଜାରି କରାଯାଇଥିବା ନିୟମକୁ ଦିଲ୍ଲୀ ସରକାର ପାଳନ କରିବେ ବୋଲି ସେ କହିଛନ୍ତି।

Share