ଲଗାଣ ବର୍ଷା: ଗଞ୍ଜାମ, କନ୍ଧମାଳ ଜିଲାର ସବୁ ସ୍କୁଲ, ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ବ୍ରହ୍ମପୁର ଅଫିସ/କନ୍ଧମାଳ, ୬।୯(ଡି.ଏନ୍‌.ଏ.): ପ୍ରବଳ ବର୍ଷା ଯୋଗୁ କନ୍ଧମାଳ ଓ ଗଞ୍ଜାମ ଜିଲାର ସ୍ଥିତି ବେହାଲ ହୋଇପଡ଼ିଛି। କେଉଁଠି ରାସ୍ତାରେ ଜଳ ପ୍ରବାହିତ ହେଉଛି ତ କେଉଁଠି ପୋଲ ଭାଙ୍ଗି ଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଓ କନ୍ଧମାଳ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପିଲା ଯିବେନି, କିନ୍ତୁ ଶିକ୍ଷକମାନେ ଯିବେ। ଦରକାର ପଡ଼ିଲେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରାଯିବ ବୋଲି ମଧ୍ୟ ଜିଲା ପ୍ରଶାସନ କହିଛନ୍ତି।

Share