ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାରଠାରୁ ରାଜ୍ୟର କେତୋଟି ଜିଲାରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଆଦି ଜିଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ରେ ୫ଟି ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଏବଂ ୮ଟି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।