Categories: ଜାତୀୟ

ଲାଲ୍‌ଚୌକରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨।୨: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣିଥରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ରବିବାର ଶ୍ରୀନଗର ଲାଲ୍‌ଚୌକଠାରେ ମୁତୟନ ଥିବା ସିଆର୍‌ପିଏଫ୍‌ ସି-୧୭୧ ବାଟାଲିୟନ୍‌ ଯବାନଙ୍କ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଛି। ଏଥିରେ ୨ ଜଣ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବାବେଳେ ଅନ୍ୟ ୨ ଜଣ ସାଧାରଣ ଲୋକ ମଧ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୁରକ୍ଷାକର୍ମୀ ଏହି ଅଞ୍ଚଳକୁ ଘେରି ରହିଛନ୍ତି। ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share