ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ପ୍ରହ୍ଲାଦ ସିଂ ପଟେଲ, ଏମ୍ପି ଅପରାଜିତା ଷଡ଼ଙ୍ଗୀ, ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଶାହା ଲିଙ୍ଗରାଜଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିବା ପରେ ମନ୍ଦିର ପରିସରରେ ଭ୍ରମଣ କରିଥିଲେ। ଶାହାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।