ଲିଙ୍ଗରାଜ ମନ୍ଦିର ସଂଲଗ୍ନ ଅଞ୍ଚଳ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ଟଙ୍କା ଘୋଷଣା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫ କୋଟି ଟଙ୍କା ଘୋଷଣା କରିଛନ୍ତି। ଅନୁମୋଦିତ ଅର୍ଥରେଏକାମ୍ର ସାଂସ୍କୃତିକ ପ୍ରକାଶନୀ ଭଜନ ମଣ୍ଡପର ନୂଆ ବିଲ୍‌ଡିଂ, ଲିଙ୍ଗରାଜ ଏଣ୍ଟ୍ରି ପ୍ଲାଜା ନିକଟରେ ଲିଙ୍ଗରାଜ ରିସର୍ଚ୍ଚ ସେଣ୍ଟର, ନୂଆ କୋଠାରେ ଓ୍ବାଚ୍‌ ଟାଓ୍ବାର ସୁବିଧା ଆଦି ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି।

Share