ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ ଘଟଣାରେ ସଂପୃକ୍ତ ୬ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଷ୍ଟରମାଇଣ୍ଡ ଝାଡ଼ଖଣ୍ଡ ପଶ୍ଚିମ ସିଂହଭୂମ ଜିଲା ମଝିଗାଁ ଥାନା ଖାରପଶି ଗ୍ରାମର ସମ୍ପ୍ରଦ କୁମାର କାଳନ୍ଦୀ, ଜବତ ହାଇଓ୍ବା ଟ୍ରକର ମାଲିକ ଝାଡ଼ଖଣ୍ଡର ପୂର୍ବ ସିଂହଭୂମ ଜିଲା ସିଧଗୋଡ଼ା ଥାନା ବିରିଡିହ ଗ୍ରାମର ଉମେଶ କୁମାର ପାଠକ, ହାଇଓ୍ବା ଟ୍ରକ୍‌ ଡ୍ରାଇଭର ଝାଡ଼ଖଣ୍ଡର ଲକ୍ଷ୍ମଣ ମାହାତୋ, ହାଇଓ୍ବା ବିକାଶ ମାହାତୋ ଏବଂ ଦଲାଲ ଦ୍ୱୟ ହେଲେ କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କଳାପାହାଡ଼ ଅଞ୍ଚଳର ଶମ୍ଭୁ ବାହାଦୂର ଓ ବନେଇକଳା ଅଞ୍ଚଳର ରାଜେଶ ମୁଣ୍ଡା। ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବଡ଼ବିଲ୍‌ ଥାନାଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri