ଲୋଇସିଂହା,୨୬।୧(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମଠାରେ ସ୍ଥାନୀୟ ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ ପକ୍ଷରୁ ପଞ୍ଚାୟତସ୍ତରୀୟ ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ଛାତ୍ରୀଛାତ୍ର ଓ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ ରଖିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ ଓ ଆଦର୍ଶ ଶିକ୍ଷକଙ୍କୁ ସମ୍ମାନିତ କରାଯାଇଛି।