ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ

ପୁରୀ ଅଫିସ୍‌, ୬।୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରିଛନ୍ତି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ନେତୃତ୍ୱରେ କମିଟି ସଦସ୍ୟ ଗୋବର୍ଦ୍ଧନ ମଠରେ ପହଞ୍ଚି ଏହି ଆଲୋଚନା ଜାରି ରଖିଛନ୍ତି। ଶ୍ରୀମନ୍ଦିର ନୀତିକାନ୍ତି ଓ ପରିଚାଳନାରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ଏବଂ ଗଜପତି ମହାରାଜାଙ୍କ ପରାମର୍ଶ ନେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡା. କ୍ରିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂଙ୍କ ସମେତ ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଅଛନ୍ତି।