Categories: ଜାତୀୟ

ଶପଥ ନେଲେ ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି

ଭୋପାଳ,୪ା୧୧(ପି.ଟି.): ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଏ.କେ. ମିତ୍ତଲ ରବିବାର ଶପଥ ନେଇଛନ୍ତି। ରାଜଭବନରେ ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇଥିଲେ। ପୂର୍ବରୁ ଜଷ୍ଟିସ୍‌ ମିତ୍ତଲ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଶପଥ ଗ୍ରହଣ ଉତ୍ସବରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥ, ରାଜ୍ୟର ଏକାଧିକ ମନ୍ତ୍ରୀ, ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Share