Categories: ଜାତୀୟ

ଶରଦ ଅରବିନ୍ଦ ବୋବଡେ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୧୮।୧୦: ସୁପ୍ରିମକୋର୍ଟ ନୂଆ ପ୍ରଧାନ ବିଚାରପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ନଭେମ୍ବର ୧୭ ତାରିଖରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ ଅବସର ନେବେ। ତାଙ୍କ ପରେ ଜଷ୍ଟିସ ଶରଦ ଅରବିନ୍ଦ ବୋବଡେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବା ନେଇ ସୁପାରିସ କରାଯାଇଛି। ଏନେଇ ପ୍ରଧାନ ବିଚାରପତି କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି। ଜଷ୍ଟିସ ବୋବଡେ ପୂର୍ବରୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।

Share