ଶରଧାବାଲିରେ ୩ ରଥ: ରତ୍ନବେଦୀରୁ ଜନ୍ମବେଦୀକୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଯାତ୍ରା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲାଗିଲା ତିନି ରଥ। ବଳଦେବଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିବା ପରେ ଶେଷରେ ବଡ଼ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିଛି। ଭାବମୟ ପରିବେଶରେ ଘଣ୍ଟ, କାହାଳୀ ନାଦରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥକୁ ଟାଣିନେଇଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ। ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି।

Share