Categories: ଜାତୀୟ

ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଏକାଠି ପହଞ୍ଚିଲେ ମୋଦି, କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨।୧୦: ସାରା ଦେଶରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛି। ଏହାସହ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ୧୧୬ତମ ଜୟନ୍ତୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ଗାନ୍ଧୀ ଏବଂ ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ଯିବାବେଳେ ମୋଦିଙ୍କ ସହ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଦେଖିବାକୁ ମିଳିଥିଲା। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ମଧ୍ୟ ସେଠାରେ ଦେଖିବାକୁ ମିଳିଥିଲା। ସବୁବେଳେ ମୋଦିଙ୍କୁ ସମାଲୋଚନା କରୁଥିବା କେଜ୍‌ରିଓ୍ବାଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ଦେଖି ଗଣମାଧ୍ୟମରେ ବେଶ୍‌ ଚର୍ଚ୍ଚା ଉଠିଛି।

Share