Advertisement

ଶିକ୍ଷକ ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧ ବ୍ଲକର ଝିରୀପାଣି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ୫୨ ଜଣ ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଧାରଣାରେ ବସିବା ସହିତ ଶିକ୍ଷକ ଯୋଗାଇ ଦେବାକୁ ଦାବି କରିଛନ୍ତି। ପ୍ରକାଶଥାଉ କି, ଉପରୋକ୍ତ ବିଦ୍ୟାଳୟରେ ଦୁଇଜଣ ଶିକ୍ଷକ ଥିଲେ। ସେଥିମଧ୍ୟରୁ ଜଣଙ୍କୁ ବଦଳି କରାଯାଇଛି। ଜଣେ ଶିକ୍ଷକରେ ଶିକ୍ଷାଦାନ ବ୍ୟାହତ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share