ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭଦ୍ରକ ଟାଉନ ହଲରେ ଆୟୋଜିତ ହେଉଥିବା ବେଳେ ଆଉ ଏକ ଗୋଷ୍ଠୀ ଏହାକୁ ବିରୋଧ କରିଛନ୍ତି।

ସକାଳେ ଟାଉନ ହଲ ଗେଟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଏହା ଅଗଣତାନ୍ତ୍ରିକ ବୋଲି ପ୍ରକାଶ କରିଛନ୍ତି। କାର୍ଯ୍ୟ ଦିବସରେ ସ୍କୁଲରେ ପାଠ ନ ପଢ଼ାଇ କାର୍ଯ୍ୟକ୍ରମ କରିବାକୁ ବିରୋଧ କରିଛନ୍ତି l ଫେଡେରେସନ ନାଁରେ ପଞ୍ଜିକରଣକୁ ବ୍ୟବହାର କରି କାର୍ଯ୍ୟକ୍ରମ କରାଯାଉଛି l ସେମାନଙ୍କ ନିକଟରେ ସଂଘର କୌଣସି କାଗଜ ପତ୍ର ନ ଥିଲା ବେଳେ ହଠାତ ଜିଲା ସଭାପତି ଓ ସମ୍ପାଦକ ମନୋନୀତ କରାଯାଇଛି। ସଂଘରୁ ବହିଷ୍କାର କରାଯାଇଥିବା ଲୋକଙ୍କୁ ନେଇ କାର୍ଯ୍ୟକ୍ରମକୁ ବିରୋଧ କରାଯାଉଛି ବୋଲି ଫେଡେରେସନର ମହା ସଚିବ ଚାରୁଲତା ମହାପାତ୍ର କହିଛନ୍ତି। ପୂର୍ବରୁ ଉଭୟ ଗୋଷ୍ଠୀ ଖବରଦାତା ସମ୍ମିଳନୀ କରି ପରସ୍ପର ବିରୋଧରେ ବିଷୋଦ୍‌ଗାର କରିଥିଲେ l ଆଜି ଏହାର ପ୍ରତିଫଳନ ଟାଉନ ହଲ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି l

ବିରୋଧ କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ଶିକ୍ଷକ ସସ୍ମିତା ମହାନ୍ତି, ସୁପ୍ରିତି ଖୁଣ୍ଟିଆ, ଗୌରୀ ଶତପଥୀ, କନକ କାନ୍ତି ମିଶ୍ର,ସମୀର ଜେନା, ବାବୁଲା ରାଉତ, ରାଜେଶ ଦାଶ, ବଂଶୀଧର ଦାଶ, ମାୟାଧର ସାହୁ, ରାଧାଶ୍ୟାମ ବାରିକ, ଷ୍ଟାଲିନ ଦାଶ, ମୁକ୍ତିକାନ୍ତ ପଣ୍ଡା, ଲଷ୍ମୀଧର ଦାଶ, ଗିରିଧାରୀ ଚନ୍ଦ, ଅରୁଣ ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri