ଶିକ୍ଷାନୁଷ୍ଠାନ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ: ରାଜ୍ୟପାଳ

ନିରାକାରପୁର,୧୫ା୧(ଡି.ଏନ୍‌.ଏ.): ନିଜ ଦୀପ୍ତି ଓ ପ୍ରତିଭାକୁ ଚିହ୍ନିବାର ଅବକାଶ ଦେଇଥାଏ ଶିକ୍ଷାନୁଷ୍ଠାନ ଏବଂ ଏହି ଶିକ୍ଷାନୁଷ୍ଠାନ ହିଁ ଶିକ୍ଷାର୍ଥୀଙ୍କ ସାଧନାର ତପୋବନ। ଖୋର୍ଦ୍ଧା ଜିଲା ନିରାକାରପୁରସ୍ଥିତ କ୍ଷେତ୍ରବାସୀ ଡିଏଭି ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଉଦ୍‌ଘାଟନ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ମତପ୍ରକାଶ କରିଛନ୍ତି। ସର୍ବପୁରାତନ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷା ଅନୁଷ୍ଠାନ ଭାବେ ଏହି ମହାବିଦ୍ୟାଳୟ ତା’ର ଛଅ ଦଶନ୍ଧିର ସୁଦୀର୍ଘ ଯାତ୍ରାରେ ଏକ କୀର୍ତ୍ତିମାନ ସ୍ଥାପନ କରିଥିବା ଉଲ୍ଲେଖ କରି ଏହାର ସ୍ଥାୟୀ ଜମିପଟ୍ଟା ପ୍ରାପ୍ତି ପାଇଁ ଫଳପ୍ରଦ ହେବ ବୋଲି ଆଶା ବ୍ୟକ୍ତ କରିଥିଲେ ରାଜ୍ୟପାଳ ଓ ଅନ୍ୟ ଅତିଥିମାନେ ା ସମ୍ମାନିତ ଅତିଥି ଭାବେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର ଯୋଗଦେଇ ମହାବିଦ୍ୟାଳୟ ସମସ୍ୟା ସମାଧାନ ଦିଗରେ ସହାୟତା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଶୋକ ବଳବନ୍ତରାୟଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ପୂର୍ବତନ ଛାତ୍ରସଂସଦ ସଭାପତି ଡ. ରବି ନାରାୟଣ ରଥ ସ୍ବାଗତ ଭାଷଣ ରଖିଥିବା ବେଳେ ସମ୍ପାଦକ ବିଜୟ କୁମାର ପାଲଟାସିଂହ ବିବରଣୀ ପାଠ କରିଥିଲେ। ଏହି ଅବସରରେ ମଞ୍ଚରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷଙ୍କୁ ମୁଖ୍ୟଅତିଥି ସମ୍ବର୍ଦ୍ଧିତ କରିଥିଲେ। ଅଧ୍ୟାପକ ଡ. ମୃତ୍ୟୁଞ୍ଜୟ ରଥ ମଞ୍ଚ ପରିଚାଳନା କରିଥିଲେ। ପ୍ରାରମ୍ଭରେ କଲେଜ ପରିସରରେ ଥିବା ପ୍ରାଣ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟପାଳ ପୁଷ୍ପମାଲ୍ୟ ଅର୍ପଣ କରି ଜୁବିଲି ହଲର ଶୁଭ ଉଦ୍‌ଘାଟନ କରିଥିଲେ। ଶେଷରେ ଉକ୍ତ ଅନୁଷ୍ଠାନର ପୁରାତନ ଛାତ୍ର ତଥା କଣ୍ଠଶିଳ୍ପୀ ଓ ସାଇ ଡ୍ୟାନ୍ସ ଗ୍ରୁପର କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ଏହି କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ର ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri