ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଘଟଣା ତଦନ୍ତ ଭାର ନେଲେ ଡିଏସ୍‌ପି

ଫୁଲବାଣୀ ଅଫିସ, ୨୮ା୮- ମକ.ନୂଆଗାଁ ବ୍ଲକ ସ୍ଥିତ କୁଡ଼ୁତୁଲି ସରକାରୀ ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ନିର୍ଯାତନା ଦେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ସୃଷ୍ଟି ହୋଇଛି ା ପୋଲିସ ଏହି ଘଟଣାରେ ପ୍ରାଥମିକ ତଦନ୍ତ ପରେ ଏସ୍‌ସି/ଏସଟି ପ୍ରିଭେନସନ ଆକ୍ଟ ଏବଂ ଆଇପିସି ଧାରା ଅନୁସାରେ ୪୮/୧୯ରେ ମାମଲା ରୁଜୁ ହୋଇଛି। ଏହି ଘଟଣାର ତଦନ୍ତ ଭାର ଡିଏସ୍‌ପି ଏସ.କେ.ରାୟଙ୍କୁ ଦିଆଯାଇଥିବା ଏସ୍‌ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ଏତେ ସବୁ ପରେ ବି ଜିଲା ଶିକ୍ଷା ବିଭାଗ ପକ୍ଷରୁ କୌଣସି ଅଭିଯୁକ୍ତମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ା ଘଟଣାକୁ ଚାପି ଦେବାକୁ ବିଭାଗ ପ୍ରୟାସ କରୁଛି ା ଅନ୍ୟପକ୍ଷରେ ଜିଲା ଶିକ୍ଷାଧିକାରୀ ବିକାଶ ପ୍ରଧାନ କହିଛନ୍ତି, ପୋଲିସ ରିପୋର୍ଟ ଆସିବା ପରେ ଯାହାକିଛି ପଦକ୍ଷେପ ନିଆଯିବ। ସେପଟେ ଶିକ୍ଷୟିତ୍ରୀ ଜଣକ ଭୟରେ ଦିନ କାଟୁଛନ୍ତି। କ. ନୂଆଗାଁ ବ୍ଲକ ଦାୟିତ୍ୱରେ ଥିବା ବାଲିଗୁଡ଼ା ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଏ ବିଷୟରେ ଜିଲା ଅଫିସ ପକ୍ଷରୁ କୌଣସି ନିର୍ଦ୍ଦେଶ ଆସିନାହିଁ।ଏପରିକି ସ୍କୁଲରେ ୨ ଶିକ୍ଷକ ନ ଥିଲେ ମଧ୍ୟ ବିଇଓ କିଛି ଜାଣି ନ ଥିବା କି କେହି ଛୁଟି ଦରଖାସ୍ତ ଦେଇ ନ ଥିବା କହିଛନ୍ତି। ସୂଚନାଯୋଗ୍ୟ, କୁଡ଼ୁତୁଲି ଉନ୍ନୀତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଗତ ଜୁଲାଇ ୧୮ ତାରିଖରେ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନ କାନ୍ଦୁଥିବା ଦେଖି ଅନ୍ୟ ଜଣେ ଶିକ୍ଷୟିତ୍ରୀ କାରଣ ପଚାରିଥିଲେ। ପ୍ରଧାନଶିକ୍ଷକ ତାଙ୍କୁ ଅସଦବ୍ୟବହାର ପ୍ରଦର୍ଶନ କରିଥିବା ସେ କହିଥିଲେ। ପରେ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ମହାରଣା, ସହକାରୀ ଶିକ୍ଷକ ସଦାଶିବ ବେହେରା ଓ ଅନ୍ୟ ଜଣେ ଶିକ୍ଷକ ଗୀତାଞ୍ଜଳୀଙ୍କ ସହ କଥା ହେଉଥିବା ଶିକ୍ଷୟିତ୍ରୀ ଜଣକଙ୍କୁ ଅଫିସ ରୁମକୁ ଡାକି ତାଗିଦ କରିଥିଲେ। ଏ ନେଇ ଗୀତାଞ୍ଜଳି ଜିଲା ଶିକ୍ଷାଧିକାରୀଙ୍କ ପାଖକୁ ଯାଇ ପ୍ରଧାନଶିକ୍ଷକ ଓ ଅନ୍ୟମାନଙ୍କ ନାମରେ ଅଭିଯୋଗ କରିଥିଲେ। ପ୍ରଧାନଶିକ୍ଷକ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ମାନଙ୍କ ଉପସ୍ଥିତିରେ ଗୀତାଞ୍ଜଳିକୁ ଧମକ ଦେଇ ମୋର କିଛି ଅସୁବିଧା ନାହିଁ। ଯଦି ଚାହିଁବି ତେବେ ତୁମକୁ ଚାକିରିରୁ ବହିଷ୍କାର କରିବି ବୋଲି କହିଥିଲେ ା ଏ ନେଇ ଶିକ୍ଷୟିତ୍ରୀ ଗୀତାଞ୍ଜଳୀ କ.ନୂଆଗାଁ ଥାନାରେ ଏତଲା ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୩ ମଣ୍ଡଳ ସଭାପତିଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର: ଜିଲା ଭାଜପା ସଭାପତିଙ୍କୁ ଫେରାଦ

ପାଟଣା,୧୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଭାଜପା ମଧ୍ୟରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପାଟଣା ବିଧାୟକ ଓ ସଙ୍ଗଠନ ଦାୟିତ୍ୱରେ...

ସମ୍ବଲପୁରରେ ପୁଣି ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ସମ୍ବଲପୁର,୧୩।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଏକମାସ ବ୍ୟବଧାନରେ ଅପରାଧିଙ୍କୁ ପୋଲିସ ଏନକାଉଣ୍ଟର ପୁଣି ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ରଙ୍ଗିଆଟିକରା...

ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ...

ଟ୍ରକ ପଛକୁ ପିଟିଲା ଯାତ୍ରୀବାହୀ ବସ୍‌; ୩୦ରୁ ଉଦ୍ଧର୍‌ବ ଯାତ୍ରୀ…

ଖଲ୍ଲିକୋଟ,୧୩।୪(ପ୍ରଶାନ୍ତ କୁମାର ମିଶ୍ର): ସକାଳୁ ସକାଳୁ ବଡ଼ ଦୁର୍ଘଟଣା। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥର ଲଙ୍ଗଳେଶ୍ବର ରିଲିଆନ୍ସ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ...

ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ମାମଲା: ଜନସାଧାରଣଙ୍କ ଅଧିକାର ଓ ନ୍ୟାୟିକ ବିଜୟ

ଓଡ଼ିଶାର ପୁରୀ ଜିଲାର ୨୨ଟି ମୌଜାର ଚାଷୀଙ୍କ ଜମି ରକ୍ଷା ପାଇଁ ଏକ ଦୀର୍ଘ ସଂଘର୍ଷର କାହାଣୀ ଆଜି ମଧ୍ୟ ଆଲୋଚନାର ବିଷୟ ହୋଇରହିଛି। ବେଦାନ୍ତ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image